Thursday, September 10, 2026
24 C
Odisha

    ଶେରଗଡ଼ ଗ୍ରାମପଞ୍ଚାୟତକୁ ଏନଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଶେରଗଡ଼ ଗ୍ରାମପଞ୍ଚାୟତକୁ ଏନଏସି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିସହ ଶେରଗଡ଼ ନିର୍ବାଚନମଣ୍ଡଳୀରେ ୩୦୦ କୋଟିର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆପଣଙ୍କ ସହଯୋଗରେ ହିଞ୍ଜିଳି ଶେରଗଡ଼ ନିର୍ବାଚନମଣ୍ଡଳୀ ଏକ ଆଦର୍ଶ ନିର୍ବାଚନମଣ୍ଡଳୀ ହୋଇପାରିଛି। ବିକାଶ କ୍ଷେତ୍ରରେ ହିଞ୍ଜିଳି ଶେରଗଡ଼ ଦେଶର ଶ୍ରେଷ୍ଠ ବ୍ଲକ ଭାବେ ନୂତନ ପରିଚୟ ହାସଲ କରିଛି। ହିଞ୍ଜିଳି ଶେରଗଡ଼ର ସବୁ ଘରକୁ ପାଇପ ଯୋଗେ ପାନୀୟ ଜଳ ଓ ଜମିକୁ ଜଳସେଚନ କରାଯାଉଛି। ଆପଣଙ୍କ ଆଶୀର୍ବାଦ ମୋତେ ଓଡ଼ିଶାର ସେବା କରିବାକୁ ଶକ୍ତି ଓ ସୁଯୋଗ ଦେଇଛି। ସେଥିପାଇଁ ମୁଁ ସବୁବେଳେ ହିଞ୍ଜିଳି ଶେରଗଡ଼ବାସୀଙ୍କ ପାଖରେ ଋଣୀ।ସେ ଆହୁରି କହିଛନ୍ତି, ୫ଟି ବ୍ୟବସ୍ଥାରେ ରୂପାନ୍ତରଣ କାର୍ଯ୍ୟକ୍ରମ ହିଞ୍ଜିଳି ଶେରଗଡ଼ରୁ ଆରମ୍ଭ ହୋଇଥିଲା। ମା’ ତାରାତାରିଣୀଙ୍କ ମନ୍ଦିର ନୂଆ ରୂପ ନେଇଛି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ସମଲେଇ ପ୍ରକଳ୍ପର ରୂପାନ୍ତରଣ ସାରା ଦେଶର ଦୃଷ୍ଟି ଆକର୍ଷଣ କରିଛି। ଏବେ ରାଜ୍ୟର ୮ ହଜାରରୁ ଅଧିକ ସ୍କୁଲର ରୂପାନ୍ତରଣ କାମ ଶେଷ ହୋଇଛି। ଲୋକଙ୍କ ଖୁସି ମୋତେ ବହୁତ ଆନନ୍ଦ ଦେଇଛି। ଖୁବ୍ ଶୀଘ୍ର ହସ୍ପିଟାଲ ରୂପାନ୍ତରଣ କାମ ଆରମ୍ଭ ହେବାକୁ ଯାଉଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24 ° C
    24 °
    24 °
    94 %
    1.6kmh
    100 %
    Thu
    27 °
    Fri
    28 °
    Sat
    29 °
    Sun
    28 °
    Mon
    30 °

    ସମ୍ବନ୍ଧିତ