କନ୍ଧମାଳ ହିତାଧିକାରୀ ପାଇଲେ BSKY ସ୍ମାର୍ଟ କାର୍ଡ

କନ୍ଧମାଳ ହିତାଧିକାରୀ ପାଇଲେ BSKY ସ୍ମାର୍ଟ କାର୍ଡ

ଆଜି କନ୍ଧମାଳ ଗସ୍ତରେ ଯାଇ ବିଏସକେଓ୍ବାଇ ସ୍ମାର୍ଟ କାର୍ଡ ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାରେ ବିଏସକେଓ୍ବାଇ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବା ସହ ୩୦୦ କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ। ଫୁଲବାଣୀ ଷ୍ଟାଡିୟମରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ଜିଲ୍ଲାର ହିତାଧିକାରୀଙ୍କୁ ବିଏସକେଓ୍ବାଇ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । କନ୍ଧମାଳ ଜିଲ୍ଲାର ୧୨ଟି ବ୍ଲକ୍ ଓ ୩ଟି ପୌରାଞ୍ଚଳରେ ୧ ଲକ୍ଷ ୬୫ ହଜାର ୯୭ ଜଣ ହିତାଧିକାରୀ ସ୍ମାର୍ଟ ସ୍ବାସ୍ଥ୍ୟସେବା ମିଳିବ । ଏହାସହ ମୁଖ୍ୟମନ୍ତ୍ରୀ ପ୍ରାୟ ୩୦୦ କୋଟି ଟଙ୍କା ବ୍ୟୟ ଅଟକଳରେ ବିଭିନ୍ନ ଉନ୍ନିମୂଳକ ପ୍ରକଳ୍ପ ଶିଳାନ୍ୟାସ ଏବଂ ଉଦଘାଟନ କରିଛନ୍ତି ।