Saturday, July 27, 2024
24.8 C
Odisha

    ନୂଆବର୍ଷରେ ଓଡ଼ିଶାବାସୀଙ୍କୁ ନବୀନଙ୍କ ଭେଟି, ବାରଙ୍ଗରେ ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ନୂଆବର୍ଷରେ ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି । ସତ ହେବ ଓଡ଼ିଶାବାସୀଙ୍କ ସ୍ୱପ୍ନ । ବିଜୁ ପଟ୍ଟନାୟକ ଅନ୍ତଜାର୍ତୀୟ ବିମାନବନ୍ଦରରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ମେଟ୍ରୋ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାରଙ୍ଗ ରତାଗଡ ଲେଙ୍କା ସାହିରେ ଏହି ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ କରିଛନ୍ତି ନବୀନ । ମେଟ୍ରୋ ପ୍ରକଳ୍ପର ଶୁଭାରମ୍ଭ ପୂର୍ବରୁ ବିଜୁ ପଟ୍ଟାନୟକ ବିମାନ ବନ୍ଦରରୁ ରୋଡ ଶୋରେ ବାହାରି ରତାଗଡ ଲେଙ୍କାସାହିରେ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ । ରୋଡ ସୋ ସମୟରେ ମୁଖ୍ୟମନ୍ତ୍ରୀଙ୍କୁ ୧୨ଟି ସ୍ଥାନରେ ଜୋରଦାର ସ୍ୱାଗତ କରାଯାଇଥିଲା । ଫୁଲ ପକାଇ, ଶଙ୍ଖ ବଜାଇ ସ୍ୱାଗତ କରିଥିଲେ ସାଧାରଣ ଲୋକେ । ମୁଖ୍ୟମନ୍ତ୍ରୀ ଗସ୍ତ ପାଇଁ କମିଶନରେଟ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ସୁରକ୍ଷାରେ ୨୦ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି ।ପ୍ରଥମେ ଭୁବନେଶ୍ୱର ବିମାନବନ୍ଦରରୁ ତ୍ରିଶୁଳିଆକୁ ପର୍ଯ୍ୟନ୍ତ ମେଟ୍ରୋ ଟ୍ରେନ ଗଡିବା ନେଇ ଯୋଜନା କରାଯାଇଛି । ଏହି ମେଟ୍ରୋ ପ୍ରକଳ୍ପରେ ପାଖାପାଖି ୬୨୫୫ କୋଟି ଟଙ୍କା ଖର୍ଚ୍ଚ ହେବ । ରାଜ୍ୟ ସରକାରଙ୍କ ନିଜସ୍ୱ ଉଦ୍ୟମରେ ଏହି ମେଟ୍ରୋ ପ୍ରକଳ୍ପ କରାଯାଉଛି । ୨୬ କିଲୋମିଟରର ଏହି ମେଟ୍ରୋ ରେଳ ପଥ ପାଇଁ ୨୦ଟି ଷ୍ଟେସନ ରହିବ । ଗତ ଏପ୍ରିଲ ପହିଲାରେ ମେଟ୍ରୋ ପ୍ରକଳ୍ପ ନେଇ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ । ଏହାପରେ ଡିପିଆର ପ୍ରସ୍ତୁତ କରାଯାଇ ଏହି ପ୍ରକଳ୍ପ ପାଇଁ କ୍ୟାବିନେଟରେ ଅର୍ଥ ବ୍ୟୟବରାଦ କରାଯାଇଥିଲା । ନୂଆବର୍ଷ ଆରମ୍ଭରୁ ମେଟ୍ରୋ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.8 ° C
    24.8 °
    24.8 °
    96 %
    1.2kmh
    100 %
    Sat
    26 °
    Sun
    27 °
    Mon
    30 °
    Tue
    30 °
    Wed
    25 °

    ସମ୍ବନ୍ଧିତ