Wednesday, January 28, 2026
19.5 C
Odisha

    ଡକ୍ଟର ବାବା ସାହେବ ଭୀମରାଓ ଆମ୍ବେଦକରଙ୍କ ନାମରେ ନାମିତ ହେବ ଭୁବନେଶ୍ବର ବରମୁଣ୍ଡା ବସ୍‌ଷ୍ଟାଣ୍ଡ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଭାରତୀୟ ସମ୍ବିଧାନର ଜନକ ତଥା ସାମାଜିକ ନ୍ୟାୟର ମହାନ୍ ପ୍ରବକ୍ତା ଡକ୍ଟର ଆମ୍ବେଦକରଙ୍କ ନାମରେ ଭୁବନେଶ୍ଵର ବରମୁଣ୍ଡାର ନବନିର୍ମିତ ବସ୍‌ଷ୍ଟାଣ୍ଡ ନାମିତ ହେବ।। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ପ୍ରକାଶ କରିବା ସହ ଡକ୍ଟର ଆମ୍ବେଦକରଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏବେ ବରମୁଣ୍ଡା ବସଷ୍ଟାଣ୍ଡ ବାବା ସାହେବ ଭୀମ ରାଓ ଆମ୍ବେଦକର ବସ ଟର୍ମିନାଲ ଭାବରେ ପରିଚିତ ହେବ।

    ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଡକ୍ଟର ଆମ୍ବେଦକର ଜଣ ଦୂରଦର୍ଶୀ ନେତା ସମର୍ପିତ ସମାଜ ସଂସ୍କାରକ ଥିଲେ। ସମାଜର ଦଳିତ ନିଷ୍ପେସିତଙ୍କ ପାଇଁ ସେ ଆଶାର ଆଲୋକ ଥିଲେ। ଏକ ନ୍ୟାୟ ପୂର୍ଣ ସମାଜ ଗଠନ ପାଇଁ ସେ ସାରା ଜୀବନ କାମ କରିଯାଇଛନ୍ତି। ଦେଶ ଗଠନରେ ତାଙ୍କର ମହାନ୍ ଅବଦାନ ଓ ଆଦର୍ଶ ବିଷୟରେ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ଡକ୍ଟର ବାବାସାହେବ ଆମ୍ବେଦକର ବସଷ୍ଟାଣ୍ଡରେ ୯୦୦ ବର୍ଗ ଫୁଟ ଅଞ୍ଚଳରେ ଏକ ସ୍ଵତନ୍ତ୍ର ଗ୍ୟାଲେରି ନିର୍ମାଣ କରାଯିବ। ଡିଜିଟାଲ ଜ୍ଞାନକୌଶଳ ବ୍ୟବହାର ଜରିଆରେ ଡକ୍ଟର ଆମ୍ବେଦକରଙ୍କ ଜୀବନୀ ଓ ଆଦର୍ଶକୁ ଏଠାରେ ସୁନ୍ଦର ଭାବରେ ଉପସ୍ଥାପିତ କରାଯିବ। ଭାରତୀୟ ସମ୍ବିଧାନର ଏକ ନକଲ ସହିତ ବାବା ସାହେବ ଦ୍ଵାରା ବ୍ୟବହୃତ ବିଭିନ୍ନ ଜିନିଷ ମଧ୍ୟ ଏଠାରେ ପ୍ରଦର୍ଶିତ ହେବ।

    ସେହିପରି ୧୫.୫ ଏକର ପରିମିତ ଜମିରେ ନିର୍ମିତ ଏହି ବସଷ୍ଟାଣ୍ଡ ଦୈନିକ ତିରିଶ ହଜାର ଯାତ୍ରୀଙ୍କ ପରିବହନର ମୁଖ୍ୟ ମାଧ୍ୟମ ହେବ। ଏହାକୁ ଦୃଷ୍ଟିରେ ରଖି ଏଠାରେ ଯାତ୍ରୀମାନଙ୍କ ପାଇଁ ବିଭିନ୍ନ ସୁବିଧା ସୁଯୋଗର ବିକାଶ କରାଯିବା ସହ ନିରାପତ୍ତା ପ୍ରତି ମଧ୍ୟ ସ୍ଵତନ୍ତ୍ର ଧ୍ୟାନ ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    19.5 ° C
    19.5 °
    19.5 °
    43 %
    2kmh
    1 %
    Wed
    19 °
    Thu
    32 °
    Fri
    32 °
    Sat
    33 °
    Sun
    33 °

    ସମ୍ବନ୍ଧିତ