Sunday, September 20, 2026
24.4 C
Odisha

    ସହର ହେଉଛି ଗୋଟିଏ ରାଜ୍ୟର ବିକାଶର ଦର୍ପଣ: ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ସହର ହେଉଛି ଗୋଟିଏ ରାଜ୍ୟର ବିକାଶର ଦର୍ପଣ। ସମୃଦ୍ଧ ସହର ରାଜ୍ୟର ସମୃଦ୍ଧି ବିଷୟରେ ସୂଚନା ଦେଇଥାଏ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୫ଟି ଉପକ୍ରମରେ ସହରବାସୀଙ୍କ ନିମନ୍ତେ ଅନେକ ସୁବିଧା ଯଥା ପିଇବା ପାଣି ସୁବିଧା, ଡ୍ରିଙ୍କ ଫ୍ରମ ଟ୍ଯାପ , ପକ୍କା ରାସ୍ତା, ସ୍ୱେରେଜ୍ ସିଷ୍ଟମ୍ ଓ ଅନେକ ନାଗରିକ ସେବା ସହିତ ବସ୍ତିବାସିନ୍ଦାଙ୍କୁ ଭୂମି ଅଧିକାର ଓ ବିଜୁ ଆଦର୍ଶ କଲୋନି ଲୋକାର୍ପଣ ଅବସରରେ ଏହା କହିଛନ୍ତି। ସେ କହିଥିଲେ ଯେ ୫ଟି ଉପକ୍ରମରେ ହେଉଥିବା ଏହି ସବୁ ବିକାଶ କାର୍ଯ୍ୟକ୍ରମ ଲୋକଙ୍କ ଜୀବନଧାରଣ ମାନରେ ଉନ୍ନତି ଆଣିଛି। ଏହି ସବୁ ପ୍ରକଳ୍ପ ଆମର ନିରନ୍ତର ବିକାଶ ଲକ୍ଷ୍ୟ ହାସଲ କରିବାରେ ସହାୟକ ହେବ।ସୂଚନାଯୋଗ୍ୟ ଯେ, ଆଜି ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ରାଜ୍ୟର ୪ଟି ସହର ଯଥା କଟକ, ସମ୍ବଲପୁର, ବ୍ରହ୍ମପୁର ଓ ରାଉରକେଲାର ୨୧,୪୨୭ ବସ୍ତି ବାସିନ୍ଦା ପରିବାରକୁ ଭୂମି ଅଧିକାର ପ୍ରମାଣ ପତ୍ର ଦିଆଗଲା। ଏଥି ସହିତ ରାଜ୍ୟର ୨୬ଟି ସହରରେ ୬୨୬ଟି ବିଜୁ ଆଦର୍ଶ କଲୋନି ଲୋକାର୍ପିତ ହେଲା । ଏହା ଦ୍ୱାରା ୨ ଲକ୍ଷ ପରିବାର ଉପକୃତ ହେଲେ। ଏଥି ସହିତ ୨୬ଟି ସହର ବସ୍ତିମୁକ୍ତ ହେଲା। ସହରର ଅନ୍ୟମାନଙ୍କ ପରି ସେମାନେ ମଧ୍ୟ ସବୁ ମୌଳିକ ସୁବିଧା ସୁଯୋଗ ପାଇଲେ।
    ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମ ରାଜ୍ୟର ଡ୍ରିଙ୍କ ଫ୍ରମ ଟ୍ଯାପ କାର୍ଯ୍ୟକ୍ରମ ଓ ସହରାଞ୍ଚଳ ବିକାଶ କ୍ଷେତ୍ରରେ ସାରା ଦେଶ ପାଇଁ ଏକ ମଡେଲ । ବ୍ରହ୍ମପୁର ସହରର ସବୁ ପରିବାର ଆଜିଠୁ ୨୪ X ୭ ଡ୍ରିଙ୍କ ଫ୍ରମ ଟ୍ଯାପ ସୁବିଧା ପାଇଲେ। ଏହା ସହିତ ରାଜ୍ୟର ୮ଟି ସହରରେ ଡ୍ରିଙ୍କ ଫ୍ରମ ଟ୍ଯାପ ସୁବିଧା ମିଳିଲା ବୋଲି ସେ କହିଥିଲେ । ରାଜ୍ୟରେ ଗ୍ଲୋବାଲ ଷ୍ଟାଣ୍ଡାର୍ଡର ଜନସ୍ୱାସ୍ଥ୍ୟ ବ୍ୟବସ୍ଥାର ବିକାଶରେ ଏହା ଏକ ବଡ ପଦକ୍ଷେପ ବୋଲି କହି ଭଲ ପିଇବା ପାଣି ୫୦ ପ୍ରତିଶତ ସ୍ୱାସ୍ଥ୍ୟ ସମସ୍ୟା ସମାଧାନ କରିଥାଏ ବୋଲି ସେ କହିଥିଲେ।
    ପରିମଳ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗାନ୍ଧିଜୀଙ୍କ ଭାଷାରେ ଏହା ସ୍ୱାଧୀନତାଠାରୁ ମଧ୍ୟ ଅଧିକ ଜରୁରୀ। ଆଜି କଟକ ଓ ଭୁବନେଶ୍ୱର ପାଇଁ Odisha Integrated Sanitation Improvement Project ଉତ୍ସର୍ଗ କରି ମୁଁ ବହୁତ ଖୁସି। ଏଥି ପାଇଁ ଜାଇକା ସହାୟତାରେ ୪ ହଜାର କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଏହା ଦ୍ୱାରା ଭୁବନେଶ୍ୱର ଓ କଟକ ସହରରେ ହୋଇଥିବା Underground Sewerage System, ନୂଆ Sewage Treatment Plant ଓ Improved Drainage Facility ଗୁଡିକ ଆମ ସହରର ପରିଚୟକୁ ଆହୁରି ଉଜ୍ଜଳ କରିବ ବୋଲି ସେ କହିଥିଲେ।

    ପାନୀୟ ଜଳ ପ୍ରକଳ୍ପ ଉଦ୍‌ଘାଟନ ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ମଧ୍ୟ ଝାରସୁଗୁଡା, ବ୍ରଜରାଜନଗର ଓ ବେଲପାହାଡ ସହର ସହିତ ଅନେକ ସହରରେ ପାନୀୟ ଜଳ ପ୍ରକଳ୍ପ ଆରମ୍ଭ କରାଗଲା। ଏହା ମାଧ୍ୟମରେ ୨.୬୫ ଲକ୍ଷ ବାସିନ୍ଦା ଉପକୃତ ହେବେ। ଏଥି ସହିତ ଉନ୍ନତି ଓ ମୁକ୍ତା ଯୋଜନାରେ ବିଭିନ୍ନ ସହରରେ ୩୬୯୯ଟି ନୂଆ ପକ୍କା ରାସ୍ତା ଏବଂ ୬୯୬୧ଟି ନାଗରିକ ସୁବିଧା ପ୍ରକଳ୍ପ ଉତ୍ସର୍ଗ କରାଗଲା। ମୁକ୍ତା ଯୋଜନାର କାର୍ଯ୍ୟକାରିତା ଉପରେ ଆନନ୍ଦ ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମର ମୁକ୍ତା ଯୋଜନାରେ ସବୁକାମ ମା’ ମାନଙ୍କ ଦ୍ୱାରା କରାଯାଉଛି ଏବଂ ଭଲ ଭାବରେ ମଧ୍ୟ ଏହିସବୁ କାମ ମା’ ମାନେ ତୁଲାଉଛନ୍ତି। ଏହି ଆବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟର ୨୪ଟି ସହରରେ ୧୧୬୪ କୋଟି ଟଙ୍କା ମୂଲ୍ୟର ୨୭ଟି ଜଳଯୋଗାଣ ପ୍ରକଳ୍ପ ପାଇଁ ଭିତ୍ତି ରଖିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    24.4 ° C
    24.4 °
    24.4 °
    94 %
    1.2kmh
    49 %
    Sun
    24 °
    Mon
    30 °
    Tue
    28 °
    Wed
    29 °
    Thu
    24 °

    ସମ୍ବନ୍ଧିତ