Friday, March 29, 2024
29.7 C
Odisha

    ହୀରାକୁଦ ବନ୍ଧ ବିସ୍ଥାପିତଙ୍କୁ ଆଜି ଜମିପଟ୍ଟା ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ସମାଧାନ ହୋଇଛି ଦୀର୍ଘ ବର୍ଷ ହେଲା ଲାଗି ରହିଥିବା ଜମିଜମା ସମସ୍ୟା । ଏସବୁ ଜମିର ପଟ୍ଟା ପାଇବେ ହିତାଧିକାରୀ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଣ୍ଟନ କରିବେ ଜମିପଟ୍ଟା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ 5T ଓ ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଦୀର୍ଘ ଦିନର ଜମିଜମା ସମସ୍ୟାର ସମାଧନ ସଂପର୍କରେ ଏକ ବିସ୍ତୃତ ସମୀକ୍ଷା କରି ଏହାର ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ ଦେଇଥିଲେ ।

    ପୂର୍ବରୁ ଜିଲ୍ଲାଗସ୍ତ ସମୟରେ ବିସ୍ଥାପିତଙ୍କ ଜମି ସମସ୍ୟାର ସମାଧାନ ପାଇଁ ଲୋକଙ୍କ ଠାରୁ ଅଭିଯୋଗ ଗ୍ରହଣ କରିଥିଲେ ଓ ଏ ସଂପର୍କରେ ବିଭିନ୍ନ ବୈଠକରେ ସମାଧାନ ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ । ଝାରସୁଗୁଡା ହୀରାକୁଦ ବନ୍ଧ ବିସ୍ଥାପିତଙ୍କ ୫୦ ବର୍ଷରୁ ଅଧିକ ସମୟର ସମସ୍ୟାର ତୁରନ୍ତ ସମାଧାନ ପାଇଁ ପୂର୍ବରୁ ନିର୍ଦ୍ଦେଶ ଦିଆଯାଇଥିଲା । ପ୍ରଥମ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ୭ଟି ଗାଁର ବିସ୍ଥାପିତଙ୍କୁ ପଟ୍ଟା ବଣ୍ଟନ କରିବେ । ଏହି ଗାଁ ଗୁଡିକ ହେଲା, ଲେମେଇତିକ୍ରା, ପାତ୍ରପଲ୍ଲୀ, ଛାଡରମା, ଦୁଆଁମୁଣ୍ଡା, ଲାଛିପାଲ୍ଲୀ, ସାହସବାଗ ଓ ବିନକା । ଏହି ୭ଟି ଗ୍ରାମରେ ପ୍ରାୟ ୯୦୦ଟି ପରିବାର ପଟ୍ଟା ପାଇବେ । ସୋରଡାର ୨୨ଟି ଗାଁରେ ବହୁ ପୁରାତନ ଜମି ସମସ୍ୟାର ସମାଧାନ କରାଯାଇ, ଉଭୟ ଘରବାଡି ଓ ଚାଷଜମି ପଟ୍ଟା ବଣ୍ଟନ କରାଯିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.7 ° C
    29.7 °
    29.7 °
    38 %
    2.2kmh
    2 %
    Fri
    30 °
    Sat
    41 °
    Sun
    41 °
    Mon
    40 °
    Tue
    42 °

    ସମ୍ବନ୍ଧିତ