Wednesday, April 1, 2026
30.8 C
Odisha

    ରାଜ୍ୟର କୃଷି ପ୍ରଗତିରେ ମହିଳାଙ୍କ ବଡ଼ ଯୋଗଦାନ ରହିଛି: ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ମହିଳା ଚାଷୀ ବର୍ଷ ବର୍ଷ ଧରି ଓଡ଼ିଶାର କୃଷି ଅର୍ଥନୀତିକୁ ପ୍ରଗତି ପଥରେ ଆଗେଇ ନେଇଛନ୍ତି। ମହିଳା ଚାଷୀଙ୍କୁ ସମ୍ମାନ ଦେବା ଆମ ସମସ୍ତଙ୍କ ଦାୟିତ୍ବ। ମା’ମାନଙ୍କ ସଶକ୍ତିକରଣ କେବଳ ପରିବାରକୁ ନୁହେଁ, ସାରା ସମାଜକୁ ସଶକ୍ତ କରେ। ଚଳିତ ବର୍ଷ କୃଷି ଓଡ଼ିଶା ୨୦୨୪ ଉଦଘାଟନୀ ଅବସରରେ ଏପରି ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସାରା ରାଜ୍ୟର ଚାଷୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। କୃଷି ଉଦ୍ୟୋଗ କ୍ଷେତ୍ରରେ ସେମାନଙ୍କ ପାଇଁ ବହୁତ ସୁଯୋଗ ଅଛି । ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା, ମିଲେଟ ମିଶନ, କଫି ମିଶନ ଆଦି ଅନେକ ଯୋଜନା ଚାଲିଛି । ଏହାର ସୁଯୋଗ ନେବାକୁ ମହିଳାଙ୍କୁ ଆହ୍ବାନ କରିଛନ୍ତି ମୁଖ୍ୟମନ୍ତ୍ରୀ। କାଳିଆ ବୃତ୍ତିର ପରିସରକୁ ଆହୁରି ବ୍ୟାପକ କରାଯାଇଛି। ଫଳରେ ଆହୁରି ଅଧିକ ଚାଷୀ ପରିବାରର ପିଲା ବୃତ୍ତି ପାଇପାରିବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।ଏହି ଅବସରରେ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଭବନ ଏବଂ IMAGEର ନୂଆ କ୍ୟାମ୍ପସ ପାଇଁ ଭିତ୍ତି ରଖିଥିଲେ। ୧୧୩ କୋଟି ଟଙ୍କା ବିନିଯୋଗରେ ଏହି କ୍ୟାମ୍ପସ ଶିରିପୁରଠାରେ ପ୍ରତିଷ୍ଠା କରାଯାଉଛି । ସେହିପରି କୃଷି ଉଦ୍ୟୋଗ ଭବନ ନୂଆପଲ୍ଲୀଠାରେ ପ୍ରତିଷ୍ଠା କରାଯାଉଛି। ଏଥିପାଇଁ ୨୮ କୋଟି ଟଙ୍କା ବିନିଯୋଗ କରାଯିବ। ମୁଖ୍ୟମନ୍ତ୍ରୀ ବିଶିଷ୍ଟ କୃଷି ବିଜ୍ଞାନୀ ଡ. ସ୍ବାତୀ ନାୟକଙ୍କୁ ସମ୍ମାନିତ କରିଥିଲେ। ଏହା ସହିତ ଅଭିନବ କୃଷି ଯନ୍ତ୍ରପାତି ପ୍ରୋତ୍ସାହନ ଯୋଜନାରେ ୧୭ ଜଣ କୃଷକଙ୍କୁ ପୁରସ୍କୃତ କରିବା ସହ ୧୦ ଜଣ ସଫଳ ମହିଳା ଚାଷୀଙ୍କୁ ସମ୍ମାନିତ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡିଶା ରାଜ୍ୟ ସମବାୟ ବ୍ୟାଙ୍କର କୃଷି ଋଣ ମଡ୍ୟୁଲର ‘ସଫଳ ପୋର୍ଟାଲ’ର ଶୁଭାରମ୍ଭ କରିଥିଲେ। ଏହା ଦ୍ବାରା ଚାଷୀମାନେ ଖୁବ୍ ଶୀଘ୍ର ଓ ସୁବିଧାରେ ଫସଲ ଋଣ ପାଇପାରିବେ। ୧୯୯୯ରେ କୃଷି କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବ୍ୟୟ ରାଜ୍ୟ ବଜେଟ୍‌ର ମାତ୍ର ୪.୬୬ ପ୍ରତିଶତ ଥିବାବେଳେ ଆଜି ଏହା ୧୧ ପ୍ରତିଶତ ହୋଇପାରିଛି। କୃଷି କ୍ଷେତ୍ରରେ ଏହି ବ୍ୟାପକ ବିନିଯୋଗ ଯୋଗୁ ଆଜି ରାଜ୍ୟର ସବୁ କ୍ଷେତ୍ରରେ ପ୍ରଗତି ଆସିଥିବା କହିଛନ୍ତି କୃଷି ମନ୍ତ୍ରୀ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.8 ° C
    30.8 °
    30.8 °
    34 %
    3.3kmh
    2 %
    Wed
    33 °
    Thu
    40 °
    Fri
    41 °
    Sat
    37 °
    Sun
    38 °

    ସମ୍ବନ୍ଧିତ