Saturday, July 27, 2024
24.5 C
Odisha

    ଅକ୍ଷର ଭୂମିର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, କାଲିଠୁ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:ଭୁବନେଶ୍ୱର: ଅକ୍ଷର ଭୂମିର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆସନ୍ତାକାଲିଠାରୁ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ । ଐତିହ୍ୟ ନଗରୀ ଭୁବନେଶ୍ୱର କେନ୍ଦ୍ର ସ୍ଥଳରେ ଏହି ସମ୍ମିଳନୀ ଓଡିଆ ଭାଷାର ଜୟଗାନ କରିବ । ଆମ ଭାଷାର ସୌନ୍ଦର୍ଯ୍ୟ ଓ ଖାଣ୍ଡେଲାଇଟ ପଥରରେ ଲିପିବଦ୍ଧ ହୋଇଥିବା କଳିଙ୍ଗ ସ୍ଥାପତ୍ୟର ଅନନ୍ୟ ନିଦର୍ଶନ ଏହା ମାଧ୍ୟମରେ ପ୍ରତିଫଳିତ ହେବ । ଏହି ଉପଲକ୍ଷେ ଭୁବନେଶ୍ବର କଳାମଣ୍ଡଳ ପରିସରରେ ନିର୍ମିତ ଅକ୍ଷର ଭୂମିର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ଅକ୍ଷର ଭୂମିର କାନ୍ଥବାଡ ବଖାଣୁଛି ଓଡ଼ିଆ ଲିପିର କାହାଣୀ । ପଥର ଖୋଦିତ ଅକ୍ଷର ସାଙ୍ଗକୁ ଦେଖିବାକୁ ମିଳୁଛି ଥ୍ରୀଡି ଝଲକ । ମନ ମୋହୁଛି ମୁକ୍ତେଶ୍ବର ମନ୍ଦିର ତୋରଣ ଆକୃତି ତୋରଣ । ଭାଷାବିତଙ୍କୁ ଟାଣିନେଉଛି ବୃହତ୍ ଆକୃତିର ଓଡ଼ିଆ ଲିପି `ଅ’। ସ୍ମାରକୀ ହେବାକୁ ଯାଉଛି ଭୁବନେଶ୍ବର କଳାମଣ୍ଡଳ ପରିସରରେ ଥିବା ଏହି ଭାଷା ସୌଧ ।

    ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀକୁ ସ୍ମରଣୀୟ କରିବା ପାଇଁ ଖାଣ୍ଡେଲାଇଟ ପଥରରେ କଳିଙ୍ଗ ଶୈଳୀରେ ଓଡ଼ିଶାର କଳା ଓ ଭାସ୍କର୍ଯ୍ଯର ଅପୂର୍ବ ନିଦର୍ଶନ ସ୍ବରୂପ ନିର୍ମିତ ହୋଇଛି ଅକ୍ଷର ଭୂମି । ଓଡ଼ିଆ ବର୍ଣ୍ଣମାଳାରେ ସୁଶୋଭିତ ଅକ୍ଷର ଭୂମି, ଆମ ଭାଷା ପ୍ରୀତିକୁ ଉଜ୍ଜୀବିତ କରି ରଖିବା ସହ ଆମ ଭାଷା ସଂସ୍କୃତି କଳା ଓ ସ୍ଥାପତ୍ୟର ଜୟଗାନ କରି ଚାଲିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.5 ° C
    24.5 °
    24.5 °
    97 %
    2.6kmh
    100 %
    Fri
    24 °
    Sat
    25 °
    Sun
    29 °
    Mon
    30 °
    Tue
    30 °

    ସମ୍ବନ୍ଧିତ