Monday, October 5, 2026
24.7 C
Odisha

    ‘ମୁଖ୍ୟମନ୍ତ୍ରୀ ବରିଷ୍ଠ ବୁଣାକାର ଓ କାରିଗର ସହାୟତା ଯୋଜନା’ ଆରମ୍ଭ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜ୍ୟର ବରିଷ୍ଠ ବୁଣାକାର ଓ ହସ୍ତ ଶିଳ୍ପ କାରିଗର ମାନଙ୍କ ପାଇଁ ଖୁସି ଖବର। ସେମାନଙ୍କ ସୁରକ୍ଷା ଓ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନୂଆ ଯୋଜନା । ‘ମୁଖ୍ୟମନ୍ତ୍ରୀ ବରିଷ୍ଠ ବୁଣାକାର ଓ କାରିଗର ସହାୟତା ଯୋଜନା’।
    ଏହି ଯୋଜନାରେ ୪୦ ବର୍ଷରୁ ୮୦ ବର୍ଷ ବୟସ ମଧ୍ୟରେ ଥିବା ମହିଳା ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ହସ୍ତଶିଳ୍ପ କାରିଗର, ଏବଂ ୫୦ ରୁ ୮୦ ବର୍ଷ ବୟସ ମଧ୍ୟରେ ଥିବା ପୁରୁଷ ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ହସ୍ତଶିଳ୍ପ କାରିଗର ମାନଙ୍କୁ ମାସିକ ୨୦୦୦ ଟଙ୍କାର ଆର୍ଥିକ ସହାୟତା ଯୋଗାଇ ଦିଆଯିବ। ୮୦ ବର୍ଷରୁ ଉର୍ଦ୍ଧ୍ବ ବରିଷ୍ଠ ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ବରିଷ୍ଠ ହସ୍ତଶିଳ୍ପ କାରିଗରମାନଙ୍କୁ (ଉଭୟ ମହିଳା ଓ ପୁରୁଷ) ମାସିକ ୨୫୦୦ ଟଙ୍କାର ଆର୍ଥିକ ସହାୟତା ଯୋଗାଇଦିଆଯିବ ।

    ସୂଚନା ଯୋଗ୍ୟ ଯେ, ରାଜ୍ୟର ବୁଣାକାର ଓ ହସ୍ତଶିଳ୍ପ କାରିଗର ମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ରାଜ୍ୟ ସରକାର ବିଭିନ୍ନ ଦକ୍ଷତା ବିକାଶ ଓ କଲ୍ୟାଣ ମୂଳକ ଯୋଜନା କାର୍ଯ୍ୟକାରୀ କରିଆସୁଛନ୍ତି । ରାଜ୍ୟର ସମୃଦ୍ଧ ଐତିହ୍ୟର ପ୍ରଦର୍ଶନ ଏବଂ ସଂରକ୍ଷଣ ପାଇଁ ବୁଣାକାର ଓ ହସ୍ତ ଶିଳ୍ପ କାରିଗର ମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି । ରାଜ୍ୟରେ ୧,୨୫,୦୦୦ ରୁ ଅଧିକ ବୁଣାକାର ତଥା ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଥିବା ବେଳେ ୧,୫୦,୦୦୦ ରୁ ଅଧିକ ହସ୍ତଶିଳ୍ପ କାରିଗର ଅଛନ୍ତି। ତେବେ, ପରିଣତ ବୟସରେ ବୁଣାକାର ମାନଙ୍କ ସହାୟତା ପାଇଁ ରାଜ୍ୟ ସରକାରଙ୍କ “ବରିଷ୍ଠ ବୁଣାକାର ସହାୟତା ଯୋଜନା “ ଥିବା ବେଳେ ବରିଷ୍ଠ ହସ୍ତ ଶିଳ୍ପ କାରିଗର ମାନଙ୍କ ପାଇଁ କୌଣସି ଯୋଜନା ନାହିଁ। ବୁଣାକାର ମାନେ ୬୦ ରୁ ୮୦ ବର୍ଷ ବୟସ ମଧ୍ୟରେ ମାସିକ ୫୦୦ ଟଙ୍କାର ସହାୟତା ପାଉଥିବା ବେଳେ ୮୦ ବର୍ଷ ବୟସରୁ ଅଧିକ ବୟସରେ ମାସିକ ୭୦୦ ଟଙ୍କାର ସହାୟତା ପାଉଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.7 ° C
    24.7 °
    24.7 °
    80 %
    1.3kmh
    0 %
    Mon
    24 °
    Tue
    31 °
    Wed
    31 °
    Thu
    30 °
    Fri
    31 °

    ସମ୍ବନ୍ଧିତ