Thursday, September 10, 2026
26.1 C
Odisha

    ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆଉଟସୋର୍ସିଂ କର୍ମଚାରୀଙ୍କ ପାରିଶ୍ରମିକ ୨୫ ପ୍ରତିଶତ ବୃଦ୍ଧି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ସେବା ପ୍ରଦାନକାରୀ ଏଜେନ୍ସି ଦ୍ବାରା ବିଭିନ୍ନ ସରକାରୀ ବିଭାଗରେ କାର୍ଯ୍ୟ କରୁଥିବା ଆଉଟସୋର୍ସିଂ କର୍ମଚାରୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନେକ ପଦକ୍ଷେପ ବିଷୟରେ ଘୋଷଣା କରିଛନ୍ତି। ଏହି କର୍ମଚାରୀ ମାନଙ୍କ ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି ଘୋଷଣା ସହିତ ଅଭିଜ୍ଞତା ଭିତ୍ତିରେ ପାରିଶ୍ରମିକ, ଅଭିଯୋଗ ଶୁଣାଣୀ ବ୍ୟବସ୍ଥା ତଥା ଠିକ୍‌ ସମୟରେ ପ୍ରାପ୍ୟ ପ୍ରଦାନ ଆଦି ବିଷୟ ଅନ୍ତର୍ଭୁକ୍ତ। ସୂଚନାଯୋଗ୍ୟ ଯେ, ଏହି ଆଉଟସୋର୍ସିଂ କର୍ମଚାରୀ ମାନେ ସେମାନଙ୍କର ବିଭିନ୍ନ ଅସୁବିଧା ସଂପର୍କରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ଭେଟି ଜଣାଇଥିଲେ । ତଦ୍‌ନୁଯାୟୀ ରାଜ୍ୟ ସରକାର ନିମ୍ନୋକ୍ତ ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

    ୧. ସେମାନଙ୍କ ମାସିକ ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି କରାଗଲା।

    ୨. ସେମାନେ ଯେପରି ମାସ ଶେଷକୁ ସେମାନଙ୍କର ପାରିଶ୍ରମିକ ଠିକ୍‌ ସମୟରେ ପାଇପାରିବେ, ଏହା ସୁନିଶ୍ଚିତ କରିବା ପାଇଁ ବ୍ୟବସ୍ଥା ଗ୍ରହଣ କରାଯାଇଛି।
    ୩. ଆଉଟସୋର୍ସିଂ କର୍ମଚାରୀ ଓ ସେବା ପ୍ରଦାନକାରୀ ଏଜେନ୍ସି ମଧ୍ୟରେ ଥିବା ବିଭିନ୍ନ ବିବାଦର ସମାଧାନ ପାଇଁ Odisha State Outsourcing Employees OMBUDSMAN ଗଠନ ବିଷୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

    ୪. ଅଭିଜ୍ଞତା ଥିବା କାର୍ମଚାରୀ ମାନଙ୍କୁ ଅଧିକ ପାରିଶ୍ରମିକ ମିଳିବ। ପ୍ରତି ପାଞ୍ଚ ବର୍ଷର ଅଭିଜ୍ଞତା ପାଇଁ ମାସିକ ଅଧିକ ଏକହଜାର ଟଙ୍କା ମିଳିବ.

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    26.1 ° C
    26.1 °
    26.1 °
    89 %
    1.4kmh
    100 %
    Thu
    27 °
    Fri
    28 °
    Sat
    29 °
    Sun
    28 °
    Mon
    30 °

    ସମ୍ବନ୍ଧିତ