Sunday, September 20, 2026
24.1 C
Odisha

    ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଓଡ଼ିଆ ନୂଆବର୍ଷ କ୍ୟାଲେଣ୍ଡର ଲୋକାର୍ପିତ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ଓଡ଼ିଆ ନୂଆବର୍ଷ କ୍ୟାଲେଣ୍ଡର ଉନ୍ମୋଚିତ ହୋଇଛି। ଏହାପୂର୍ବରୁ ଓଡ଼ିଆ ନୂଆବର୍ଷ କ୍ୟାଲେଣ୍ଡର ମହାପ୍ରଭୁଙ୍କ ନିକଟରେ ଲାଗି ହୋଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି।ଏହି ଅବସରରେ ରାଜ୍ୟ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଓ ଶ୍ରୀମନ୍ଦିର ପ୍ରଶାସକ ଡକ୍ଟର ଅରବିନ୍ଦ ପାଢୀ ପ୍ରମୁଖ ଉପସ୍ଥିତ ଥିଲେ। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଓ ଶ୍ରୀମନ୍ଦିର ପ୍ରଶାସକ ଡକ୍ଟର ଅରବିନ୍ଦ ପାଢୀ ପ୍ରମୁଖ ଶ୍ରୀଜୀଉଙ୍କ ଦର୍ଶନ କରିଥିଲେ।

    ଓଡିଆ ନବବର୍ଷ ଅବସରରେ ପ୍ରକାଶ ପାଇଛି ଶ୍ରୀମନ୍ଦିର ପର୍ବପର୍ବାଣି ଓ ଯାନିଯାତ୍ରା କ୍ୟାଲେଣ୍ଡର । ପୂର୍ବରୁ ଏହି କ୍ୟାଲେଣ୍ଡର ମୁଦ୍ରଣ ପରେ ଦେବାର୍ପଣ ହୋଇଥିବା ବେଳେ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଶ୍ରୀମନ୍ଦିର ସିଂହଦ୍ବାର ନିକଟରେ ଏହା ଲୋକାର୍ପିତ ହୋଇଅଛି । ସେହିପରି ପ୍ରଥମ ଥର ଲାଗି ପ୍ରକାଶିତ ଶ୍ରୀମନ୍ଦିରର ସୁଦୃଶ୍ୟ ସୂଚନା ପୁସ୍ତିକାର ମଧ୍ୟ ଲୋକାର୍ପଣ ହୋଇଛି । ଏହି ଅବସରରେ ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ, ପୁରୀ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧୀକ୍ଷକଙ୍କ ସହ ଶ୍ରୀମନ୍ଦିର ପ୍ରଶାସନର ଅଧିକାରୀ କର୍ମଚାରୀମାନେ ଉପସ୍ଥିତ ଥିଲେ ।

    ବର୍ଷ ତମାମ ( ୨୦୨୫ ମସିହାର ମହାବିଷୁବ ସଂକ୍ରାନ୍ତି ଠାରୁ ୨୦୨୬ ମସିହା ରାମାଭିଷେକ ନୀତି ପର୍ଯ୍ୟନ୍ତ) ଶ୍ରୀମନ୍ଦିରରେ ପାଳିତ ହେବାକୁ ଥିବା ସମସ୍ତ ପର୍ବପର୍ବାଣି ଦିନ ତଥା ଯାନିଯାତ୍ରା ଦିବସଗୁଡିକର ସୂଚନା ଏହି ଆକର୍ଷଣୀୟ କ୍ୟାଲେଣ୍ଡରରେ ରହିଅଛି । ଶ୍ରୀମନ୍ଦିର ସେବକ ନିଯୋଗଗୁଡିକ ସହ ମୁକ୍ତିମଣ୍ଡପ ଏବଂ ରାଜ୍ୟର ପ୍ରମୁଖ ପାଂଜିକାରଙ୍କୁ ନେଇ ବିସ୍ତୃତ ଆଲୋଚନା ପରେ ଶ୍ରୀମନ୍ଦିରରେ ପାଳିତ ହେବାକୁ ଥିବା ପର୍ବପର୍ବାଣି ତିଥିଗୁଡିକ ସ୍ଥିରୀକୃତ ହୋଇଅଛି।

    ଶ୍ରୀମନ୍ଦିର ପ୍ରଶାସନର ସମସ୍ତ ସୂଚନା କେନ୍ଦ୍ରଗୁଡିକରେ ଏହି କ୍ୟାଲେଣ୍ଡର୍ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ସକାଶେ କ୍ରୟ ପାଇଁ  ଉପଲବ୍ଧ ହେବ । ଓଡିଆ ନବବର୍ଷ ଅବସରରେ ଭକ୍ତ ତଥା ଶ୍ରଦ୍ଧାଳୁଙ୍କୁ ଅଭିନନନ୍ଦନ ଜଣାଇବା ସହ ମହାପ୍ରଭୁଙ୍କ ପାଦପଦ୍ମରେ ସମସ୍ତଙ୍କ  ପାଇଁ ଆଶୀର୍ବାଦ ଭିକ୍ଷା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    24.1 ° C
    24.1 °
    24.1 °
    96 %
    1.7kmh
    93 %
    Sat
    24 °
    Sun
    30 °
    Mon
    29 °
    Tue
    30 °
    Wed
    27 °

    ସମ୍ବନ୍ଧିତ