Sunday, October 25, 2026
20.1 C
Odisha

    ନୂଆ ସରକାର ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତିର ସର୍ବାଙ୍ଗୀନ ଉନ୍ନତି ଲାଗି କାର୍ଯ୍ୟ କରୁଛି: ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଭୁବନେଶ୍ବରରେ ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜନଜାତି ମୋର୍ଚ୍ଚା ତରଫରୁ ନବ ନିର୍ବାଚିତ ବିଧାୟକ ଓ ସାଂସଦମାନଙ୍କ ସ୍ୱାଗତ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହେଉଛି। ଏହି କାର୍ଯ୍ୟକ୍ରମରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ସମାଜରେ ହରିଜନ ଓ ଆଦିବାସୀମାନେ ପଛୁଆ ବର୍ଗରେ ଅଛନ୍ତି। ପଛୁଆ ବର୍ଗରେ ଥିବା ହେତୁ ଆମେ ସାମାଜିକ ଓ ଆର୍ଥିକ କ୍ଷେତ୍ରରେ ସମାନତା ହାସଲ କରିପାରିନାହୁଁ। ଆମ ଦେଶର ରାଷ୍ଟ୍ରପତି ଓ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମଧ୍ୟ ପଛୁଆ ବର୍ଗର ଲୋକ ଅଟନ୍ତି। ଏସସି ଏସଟିଙ୍କୁ ସଶକ୍ତ କରିବା ଆମର ଲକ୍ଷ୍ୟ ହେଉ। ନୂଆ ସରକାର ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତିର ସର୍ବାଙ୍ଗୀନ ଉନ୍ନତି ଲାଗି କାର୍ଯ୍ୟ କରୁଛି।କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଜୁଏଲ ଓରାମ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ଜନଜାତି ମୋର୍ଚ୍ଚା ରାଜ୍ୟ ସଭାପତି ତଥା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ସମେତ ସମସ୍ତ ମନ୍ତ୍ରୀ ଓ ବରିଷ୍ଠ ନେତା ଉପସ୍ଥିତ ରହିଛନ୍ତି। ଏହା ପୂର୍ବରୁ ରବୀନ୍ଦ୍ର ମଣ୍ଡପରେ ନବ ନିର୍ବାଚନ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ସମସ୍ତ ସାଂସଦ ଓ ବିଧାୟକଙ୍କୁ ସମ୍ବର୍ଦ୍ଧିତ କରାଯିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    20.1 ° C
    20.1 °
    20.1 °
    68 %
    1.7kmh
    20 %
    Sun
    20 °
    Mon
    28 °
    Tue
    29 °
    Wed
    24 °
    Thu
    25 °

    ସମ୍ବନ୍ଧିତ