Tuesday, April 7, 2026
24.1 C
Odisha

    ଅକ୍ଟୋବର ୨୮ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଆଗାମୀ ୨୮ତାରିଖରେ ବନ୍ଦ ରହିବ। ସମ୍ଭାବ୍ୟ ବାତ୍ୟା ‘ଦାନା‘ ଓ ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି, ଅକ୍ଟୋବର ୨୮ରେ ଭୁବନେଶ୍ଵର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ। ଯେଉଁମାନେ ଏହି ଦିନ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ଅନଲାଇନ ଯୋଗେ ପଞ୍ଜୀକରଣ କରିଥିଲେ, ସେମାନେ ମୁଖ୍ୟମନ୍ତ୍ରୀଙ୍କ ପରବର୍ତ୍ତୀ ଅଭିଯୋଗ ଶୁଣାଣି ପାଇଁ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ। ସେମାନଙ୍କ ପାଇଁ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.1 ° C
    24.1 °
    24.1 °
    74 %
    1.9kmh
    1 %
    Mon
    24 °
    Tue
    36 °
    Wed
    38 °
    Thu
    38 °
    Fri
    38 °

    ସମ୍ବନ୍ଧିତ