Tuesday, September 22, 2026
23.3 C
Odisha

    ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ପ୍ରତିଷ୍ଠା ହେବ ୫୮ ଶୀତଳ ଭଣ୍ଡାର: ସବ ଡିଭିଜନ ସ୍ତରରେ ପ୍ରତିଷ୍ଠା ହେବ ଶୀତଳ ଭଣ୍ଡାର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ କିସାନ ଯୋଜନାରୁ ବଞ୍ଚିତ ଅଛନ୍ତି ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ୍ କରାଯିବ | କେବଳ ଭୂମିହୀନ ଚାଷୀଙ୍କୁ ଛାଡି ପ୍ରଧାନମନ୍ତ୍ରୀ କିସାନ ପାଇଁ ଯୋଗ୍ୟ ବିବେଚିତ ହେଉଥିବା କାଳିଆ ହିତାଧିକାରୀଙ୍କୁ ସାମିଲ କରାଯିବ | ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବରେ ସୁନାମ କରିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କୃଷକମାନଙ୍କ କଲ୍ୟାଣ ଓ ଉନ୍ନତି ପାଇଁ ବିଭିନ୍ନ କୃଷକ ସଂଗଠନ ମାନଙ୍କ ସହିତ ଆଲୋଚନା କରି ଅନେକ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆଜି ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ କୃଷି ବିଭାଗ ପ୍ରମୁଖ ସଚିବ ଅରବିନ୍ଦ ପାଢ଼ୀଙ୍କ ସହିତ କୃଷି ଭବନ ପରିଦର୍ଶନ କରିଥିଲେ । ଏହି ଅବସରରେ ପ୍ରମୁଖ ସଚିବ ଶ୍ରୀ ପାଢ଼ୀ କୃଷି ଭବନର ସ୍ଵତନ୍ତ୍ର ନିର୍ମାଣ ଶୈଳୀ ଓ କୃଷକମାନଙ୍କ ପାଇଁ ହୋଇଥିବା ବିଭିନ୍ନ ସୁବିଧା ସଂପର୍କରେ ବୁଝାଇ ଥିଲେ। ବୈଠକରେ ଭାରତୀୟ କିଷାନ୍ ସଂଘ, ଗ୍ରାମ ବିକାଶ ପରିଷଦ ଓ ଅନ୍ୟ କୃଷକ ସଂଗଠନର କର୍ମକର୍ତ୍ତା ମାନେ ସେମାନଙ୍କର ସୁଚିନ୍ତିତ ମତାମତ ଦେଇଥିଲେ ।
    ଆଲୋଚନା ପରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପି. ଏମ. କିସାନ ଯୋଜନାରେ ଯେଉଁମାନେ ଯୋଗ୍ୟ ହିତାଧିକାରୀ ଅଛନ୍ତି କିନ୍ତୁ ସାମିଲ ହୋଇ ପାରି ନାହାଁନ୍ତି, ସମସ୍ତଙ୍କୁ ସାମିଲ କରାଯିବ। ଏଥିପାଇଁ ସରକାର ଆବଶ୍ୟକ ବ୍ୟବସ୍ଥା ଓ ନିୟମ ପ୍ରସ୍ତୁତ କରୁଛନ୍ତି। ସେହିପରି ଶୀତଳ ଭଣ୍ଡାର ପ୍ରତିଷ୍ଠା ସମ୍ପର୍କରେ ମୁଖ୍ୟମନ୍ତ୍ରୀ କହିଲେ ଯେ ପ୍ରଥମେ ୫୮ଟି ସବଡିଭିଜନରେ ଶୀତଳ ଭଣ୍ଡାର ପ୍ରତିଷ୍ଠା ପାଇଁ ପଦକ୍ଷେପ ନିଆଯିବ। ପ୍ରତ୍ୟେକ ସବ୍ ଡିଭିଜନରେ ଗୋଟିଏ ଗୋଟିଏ ଶୀତଳ ଭଣ୍ଡାର ହେବା ଦ୍ବାରା ସବୁ ଅଞ୍ଚଳର ଚାଷୀମାନେ ଲାଭବାନ ହୋଇପାରିବେ ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ରାଜ୍ୟ ସରକାର ସମୃଦ୍ଧ କୃଷକ ନୀତି ପ୍ରସ୍ତୁତ କରୁଛନ୍ତି। ଏଥିରେ ଚାଷୀମାନଙ୍କୁ ଚାଷ ଆରମ୍ଭରୁ ଫସଲ ବିକ୍ରି ପର୍ଯ୍ୟନ୍ତ ପ୍ରତି ପଦକ୍ଷେପରେ ସହଯୋଗ ଓ ସହାୟତା ଯୋଗାଇ ଦିଆଯିବ। ସରକାର ଗଠନର ପ୍ରଥମ ଦିନରେ ଧାନର ସହାୟକ ମୂଲ୍ୟ ୩୧୦୦ ଟଙ୍କା କରିବାକୁ ନିଷ୍ପତ୍ତି ଗ୍ରହଣ କରିଥିବାରୁ କୃଷକ ସଂଗଠନ ମାନେ ମୁଖ୍ୟମନ୍ତ୍ରୀ ଓ ତାଙ୍କ ସରକାରଙ୍କୁ ଧନ୍ୟବାଦ୍ ଦେଇଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.3 ° C
    23.3 °
    23.3 °
    96 %
    1.2kmh
    100 %
    Tue
    27 °
    Wed
    27 °
    Thu
    24 °
    Fri
    28 °
    Sat
    25 °

    ସମ୍ବନ୍ଧିତ