Thursday, April 23, 2026
34 C
Odisha

    ରାଜ୍ୟରେ ଶୀତର ପ୍ରକୋପ ଜାରି: ଜି. ଉଦୟଗିରି ସବୁଠୁ ଥଣ୍ଡା ସହର

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ୧୫ ଡିଗ୍ରି ତଳେ ୧୯ ସହରର ତାପମାତ୍ରା ଥିବା ଜଣାଯାଇଛି। ୭. ୪ ଡିଗ୍ରୀ ସହ ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ରେକର୍ଡ କରାଯାଇଛି। ସେହିପରି କୋରାପୁଟରେ ସର୍ବନିମ୍ନ ତାପମାତ୍ରା ୮.୩ ଡିଗ୍ରି, ଦାରିଙ୍ଗବାଡ଼ିରେ ୮. ୫ ଡିଗ୍ରି, ଫୁଲବାଣୀରେ ୧୦ ଡିଗ୍ରି, ସେମିଳିଗୁଡ଼ାରେ ୯. ୯ ଡିଗ୍ରି, ନବରଙ୍ଗପୁରରେ ୧୧.୪, କିରେଇରେ ୧୧.୪, ସୁନ୍ଦରଗଡ଼ରେ ୧୪.୨, ଛାରସୁଗୁଡ଼ାରେ ୧୩.୯, ରାଉରକେଲାରେ ୧୩.୭, କେଉଁଝରରେ ୧୩, ମାଲକାନଗିରିରେ ୧୪.୯ ଓ ଅନୁଗୁଳରେ ୧୧ ଡିଗ୍ରି  ରେକର୍ଡ କରାଯାଇଛି। ଏଣେ ଭୁବନେଶ୍ୱରର ରାତିର ସର୍ବନିମ୍ନ ତାପମାତ୍ରା ୧୬. ୨ ଓ କଟକରେ ୧୫ ଡିଗ୍ରି ରହିଛି । ରାଜ୍ୟରେ ୨ଦିନ ଘନ କୁହୁଡ଼ି ଦୃଶ୍ୟମାନ ହୋଇପାରେ। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ କୁହୁଡ଼ି ଦେଖାଦେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    34 ° C
    34 °
    34 °
    11 %
    1.7kmh
    16 %
    Thu
    36 °
    Fri
    43 °
    Sat
    43 °
    Sun
    43 °
    Mon
    44 °

    ସମ୍ବନ୍ଧିତ