Wednesday, September 30, 2026
23.3 C
Odisha

    ରତ୍ନଭଣ୍ଡାର ପାଇଁ ତଦାରଖ କମିଟି ଗଠନ କଲେ ମୁଖ୍ୟମନ୍ତ୍ରୀ । ମହାପ୍ରଭୁଙ୍କ ଅଳଙ୍କାର ଓ ମୂଲ୍ୟବାନ ବସ୍ତୁର ତାଲିକା ପ୍ରସ୍ତୁତ କରିବ କମିଟି

    ଆଗକୁ ପଢନ୍ତୁ

    ଓଡିଶା ହାଇକୋର୍ଟଙ୍କ ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ସମ୍ପର୍କିତ ନିର୍ଦ୍ଦେଶ ଅନୁଯାୟୀ, ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ୍ ପଶାୟତଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି କମିଟି ରତ୍ନଭଣ୍ଡାରରେ ଥିବା ମହାପ୍ରଭୁଙ୍କ ଅଳଙ୍କାର ଏବଂ ବିଭିନ୍ନ ମୂଲ୍ୟବାନ ବସ୍ତୁର ତାଲିକା ପ୍ରସ୍ତୁତି କାର୍ଯ୍ୟର ତଦାରଖ କରିବେ। ଏହି କମିଟିରେ ଅଧ୍ୟକ୍ଷଙ୍କ ସହିତ ୧୨ ଜଣ ସଦସ୍ୟ ଅଛନ୍ତି। ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାରର ମୂଲ୍ୟବାନ ବସ୍ତୁ ଓ ଅଳଙ୍କାର ତାଲିକା ପ୍ରସ୍ତୁତି ପାଇଁ ତଦାରଖ ସମ୍ପର୍କିତ ଉଚ୍ଚ କ୍ଷମତା ସମ୍ପନ୍ନ କମିଟିର ବୈଠକ ଆସନ୍ତା ୯ ତାରିଖ ଦିନ ପୁରୀରେ ଅନୁଷ୍ଠିତ ହେବ । କମିଟିର ଅଧ୍ୟକ୍ଷ ତଥା ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଡକ୍ଟର ଜଷ୍ଟିସ ଅରିଜିତ ପଶାୟତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ରହିବେ । ରତ୍ନଭଣ୍ଡାରର ବର୍ତ୍ତମାନର ସ୍ଥିତି କଣ ଓ ସେଥିରେ କଣ ପରିବର୍ତ୍ତନ ଅଣାଯାଇପାରିବ ସେନେଇ ବୈଠକରେ ଆଲୋଚନା ହେବ।୯ ତାରିଖ ସକାଳୁ ଜଷ୍ଟିସ ଡକ୍ଟର ପଶାୟତ ଶ୍ରୀମନ୍ଦିରରେ ପହଞ୍ଚି ଠାକୁରଙ୍କର ଦର୍ଶନ କରିବା ପରେ ଅପରାହ୍ନରେ ବୈଠକ କରିବେ ବୋଲି ଜଣାପଡିଛି। ରତ୍ନଭଣ୍ଡାର ଖୋଲାଯିବାକୁ ନେଇ ପୂର୍ବରୁ ସୁପ୍ରିମକୋର୍ଟ ଓ ହାଇକୋର୍ଟରେ ମାମଲା ପହଞ୍ଚିଥିଲା। ଏହି ପ୍ରସଙ୍ଗରେ ସରକାରଙ୍କୁ ଘେରିଥିଲେ ବିରୋଧୀ । କିନ୍ତୁ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇ ବିରୋଧୀଙ୍କୁ କଡା ଜବାବ ଦେଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.3 ° C
    23.3 °
    23.3 °
    83 %
    1.3kmh
    7 %
    Tue
    23 °
    Wed
    30 °
    Thu
    30 °
    Fri
    31 °
    Sat
    31 °

    ସମ୍ବନ୍ଧିତ