Wednesday, March 12, 2025
37.7 C
Odisha

    ପ୍ରଥମ ପର୍ଯ୍ୟାୟରେ ୩୯ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା କଂଗ୍ରେସ, ଓ୍ବାଏନାଡରୁ ଲଢିବେ ରାହୁଲ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ଆସନ୍ତା ଲୋକସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି କଂଗ୍ରେସ। ଉଚ୍ଚସ୍ତରୀୟ ବୈଠକ ଓ ଇଣ୍ଡିଆ ମେଣ୍ଟରେ ଥିବା ସଦସ୍ୟଙ୍କ ସହ ଆଲୋଚନା କରିବା ପରେ କଂଗ୍ରେସ ୩୯ ଜଣ ପ୍ରାର୍ଥୀଙ୍କ ନାଁ ସାର୍ବଜନୀନ କରିଛି। ୮ ରାଜ୍ୟ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ୮ ରାଜ୍ୟ ମଧ୍ୟରେ ଛତିଶଗଡ଼, କର୍ଣ୍ଣାଟକ, କେରଳ, ମେଘାଳୟ, ନାଗାଲାଣ୍ଡ, ତେଲେଙ୍ଗାନା, ସିକ୍କିମ ଓ ତ୍ରିପୁରା ରହିଛି । ଏଥିରେ ରାହୁଲ ଗାନ୍ଧୀଙ୍କ ନାଁ ରହିଛି । କେରଳର ଓ୍ବାଏନାଡରୁ ରାହୁଲଙ୍କ ନାଁ ଘୋଷଣା କରିଛି କଂଗ୍ରେସ ।ଦଳରେ ଘୋଷଣା ଅନୁସାରେ କଂଗ୍ରେସ ନେତା ରାହୁଲ ଗାନ୍ଧି କେରଳ ୱାୟନାଡରୁ ପ୍ରାର୍ଥୀ ହେବେ। ୨୦୧୯ରେ ସେ ଉତ୍ତର ପ୍ରଦେଶର ଆମେଠି ଓ କେଳରର ୱାୟନାଡରୁ ପ୍ରାର୍ଥୀ ହୋଇଥିଲେ। ୱାୟନାଡରୁ ସେ ଜିତି ଥିବା ବେଳେ ଆମେଠିରୁ ତାଙ୍କୁ ହାରିବାକୁ ପଡ଼ିଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    37.7 ° C
    37.7 °
    37.7 °
    8 %
    3.5kmh
    0 %
    Wed
    37 °
    Thu
    40 °
    Fri
    41 °
    Sat
    41 °
    Sun
    41 °

    ସମ୍ବନ୍ଧିତ