Sunday, October 11, 2026
25 C
Odisha

    କଂଗ୍ରେସ ନେତା ମହମ୍ମଦ ମୋକିମ, ଚିରଞ୍ଜୀବ ବିଶ୍ବାଳ ଓ କୃଷ୍ଣଚନ୍ଦ୍ର ସଗରିଆଙ୍କ ଉପରୁ ଉଠିଲା ନିଲମ୍ବନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:ବରିଷ୍ଠ କଂଗ୍ରେସ ନେତା ମହମ୍ମଦ ମୋକିମ, ଚିରଞ୍ଜୀବ ବିଶ୍ବାଳ ଓ କୃଷ୍ଣଚନ୍ଦ୍ର ସଗରିଆଙ୍କ ଉପରୁ ନିଲମ୍ବନ ଆଦେଶ ହଟିଛି। ୧୫ଜୁଲାଇ ୨୦୨୩ରେ କଟକ ବାରବାଟୀ ବିଧାୟକ ମହମ୍ମଦ ମୋକିମ ଓ ଚିରଞ୍ଜୀବ ବିଶ୍ବାଳଙ୍କୁ ଦଳ ନିଲମ୍ବନ କରିଥିଲା। ସୂଚନାଯୋଗ୍ୟ, ମେ’ ୮ ତାରିଖରେ ଭୁବନେଶ୍ୱରରେ ମହମ୍ମଦ ମୋକିମଙ୍କ ଅଧ୍ୟକ୍ଷତାରେ ଆୟୋଜିତ ‘ଜାନକୀ-ବସନ୍ତଙ୍କ ଯୋଡି: କଂଗ୍ରେସର ସୁବର୍ଣ୍ଣ ଯୁଗ’ ଶୀର୍ଷକରେ ଆୟୋଜିତ କାର୍ଯ୍ୟକ୍ରମରେ ଏହି ଦୁଇ ନେତାଙ୍କ ବୟାନକୁ ନେଇ ବିବାଦ ହୋଇଥିଲା। ଯେଉଁଥି ପାଇଁ AICC ଶୃଙ୍ଖଳା କମିଟି ଉଭୟଙ୍କୁ ନିଲମ୍ବନ କରିଥିଲା। ସେହିପରି, ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶ୍ରୀକାନ୍ତ ଜେନା ଓ କୋରାପୁଟ ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ସଗରିଆଙ୍କୁ ଜାନୁଆରୀ ୧୯, ୨୦୧୯ ଦଳ ନିଲମ୍ବନ କରିଥିଲା। ଆଗକୁ ନିର୍ବାଚନ ଥିବାରୁ ଦଳ ବରିଷ୍ଠ ନେତା କୃଷ୍ଣ ଚନ୍ଦ୍ର ସଗରିଆଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହର କରିଛି। କିନ୍ତୁ ଶ୍ରୀକାନ୍ତ ଜେନାଙ୍କ ଉପରୁ ନିଲମ୍ବନ ହଟିନି। ଏ ନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ପ୍ରଭାରୀ ଅଜୟ କୁମାର ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25 ° C
    25 °
    25 °
    78 %
    0kmh
    0 %
    Sun
    30 °
    Mon
    30 °
    Tue
    30 °
    Wed
    29 °
    Thu
    29 °

    ସମ୍ବନ୍ଧିତ