Tuesday, March 31, 2026
27.4 C
Odisha

    ଚଢ଼ା ଦରରେ ବିକିଲେ ହେବ କାର୍ଯ୍ୟାନୁଷ୍ଠାନ : ଯୋଗାଣ ମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରୋଷେଇଶାଳର ମୁଖ୍ୟ ପରିବା ହେଉଛି ଆଳୁ। କିନ୍ତୁ ରାଜ୍ୟରେ ଏବେ ଆଳୁ ଦର ବଢ଼ିବାକୁ ନେଇ ଗ୍ରାହକ ଚିନ୍ତାରେ ପଡ଼ିଯାଇଛନ୍ତି। ଆଳୁକୁ ନେଇ ଆଉ କିଛି ସମୟ ଭିତରେ ବୈଠକ ବସିବ। ବୈଠକ ପୂର୍ବରୁ ଆଳୁ ଗୋଦାମରେ ପହଞ୍ଚି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସ୍ଥିତି ପରଖିଛନ୍ତି। ଯୋଗାଣ ବିଭାଗ ପକ୍ଷରୁ ବିଭିନ୍ନ ବଜାର ଓ ଗୋଦାମରେ ଚଢାଉ କରାଯାଉଛି। ମନ୍ତ୍ରୀ ଶ୍ରୀ ପାତ୍ର କହିଛନ୍ତି ରାଜ୍ୟରେ ଆଗାମୀ ୭ ଦିନ ଯାଏ ମହଜୁଦ ରହିଛି ଆଳୁ। ତେଣୁ ଅସାଧୁ ବ୍ୟବସାୟୀ ଚଢ଼ା ଦରରେ ଆଳୁ ବିକ୍ରି କଲେ ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ। ୩୨ ଟଙ୍କାରୁ ଅଧିକ ଦରରେ ବିକିଲେ କାର୍ଯ୍ୟାନୁଷ୍ଠାନ ହେବ।

    ଯୋଗାଣ ମନ୍ତ୍ରୀ କହିଛନ୍ତି, ସରକାର ପଶ୍ଚିମବଙ୍ଗରୁ ଆଳୁ ଆଣିବାକୁ ଚେଷ୍ଟା ଚଳାଇଛନ୍ତି। ଆଳୁ ଗାଡ଼ି ଫେରିଯିବା ଦୁର୍ଭାଗ୍ୟଜନକ। ପଶ୍ଚିମବଙ୍ଗ ସରକାରଙ୍କ ଏଭଳି ନିଷ୍ପତ୍ତି ନେଇ ତାଙ୍କ ସହ ଆଲୋଚନା କରିବୁ। ପଶ୍ଚିମବଙ୍ଗରୁ ଆଳୁ ଆସି ନପାରିଲେ ଉତ୍ତରପ୍ରଦେଶରୁ ଆମଦାନୀ ପାଇଁ ଯୋଗାଯୋଗ କରାଯାଉଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    27.4 ° C
    27.4 °
    27.4 °
    54 %
    2.4kmh
    56 %
    Mon
    28 °
    Tue
    38 °
    Wed
    39 °
    Thu
    40 °
    Fri
    39 °

    ସମ୍ବନ୍ଧିତ