୨୪ ଘଣ୍ଟାରେ ରାଜ୍ୟରେ ୨୮୮ କରୋନା ଆକ୍ରାନ୍ତ ଚିହ୍ନଟ

୨୪ ଘଣ୍ଟାରେ ରାଜ୍ୟରେ ୨୮୮ କରୋନା ଆକ୍ରାନ୍ତ ଚିହ୍ନଟ

ଦିନର ବ୍ୟବଧାନ ପରେ ରାଜ୍ୟରେ ପୁଣି ବଢିଛି କରୋନା ସଂକ୍ରମଣ ମାମଲା। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୮୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୭୬୭୪ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ମଧ୍ୟରୁ ୧୬୬ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୨୨ ଜଣ ଲୋକାଲ ସଂକ୍ରମିତ ରହିଛନ୍ତି । ସହେିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବୟସର ୫୩ ଜଣ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ଲକ୍ଷ୪୭ହଜାର୬୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୨୨୧ଟି ଆକ୍ଟିଭ୍ କେସ ରହିଥିବା ବେଳେ ୧୦୩୭୦୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି । ସେହିଭଳି ଆଜି କରୋନାରେ ୩ ଜଣଙ୍କର ମୃତ୍ୟୁ ହୋଇଛି।