Friday, May 29, 2026
27.7 C
Odisha

    ଗୋଷ୍ଠୀ ସଂଘର୍ଷ ପରେ ବାଲେଶ୍ୱର ପୌରାଞ୍ଚଳରେ ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ ଜାରି

    ଆଗକୁ ପଢନ୍ତୁ

    ବାଲେଶ୍ୱର: ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ ଘଟିବା ପରେ ସ୍ଥିତି ନିୟନ୍ତ୍ରଣ ପାଇଁ ବାଲେଶ୍ୱର ପୌରାଞ୍ଚଳରେ ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ ଜାରି ହୋଇଛି। ଆଜି ବାଲେଶ୍ୱରରେ ଦୋକାନ ବଜାର ଓ ସ୍କୁଲ କଲେଜ ବନ୍ଦ ରହିଛି। ବାଲେଶ୍ୱରରେ ବସ୍ ଚଳାଚଳ ମଧ୍ୟ ବାଧାପ୍ରାପ୍ତ ହୋଇଛି। ଘରୁ ନ ବାହାରିବାକୁ ପୁଲିସ ପ୍ରଶାସନ ପକ୍ଷରୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି। ଏପରିକି ସମ୍ବେଦନଶୀଳ ସ୍ଥାନରେ ଇଣ୍ଟରନେଟ୍ ସେବାକୁ ବନ୍ଦ ରଖାଯାଇଛି। ବାଲେଶ୍ୱରକୁ ସଂଯୋଗ ସବୁ ରାସ୍ତା ସିଲ କରାଯାଇଛି। ଏନେଇ ବାଲେଶ୍ୱର ଆରକ୍ଷୀ ଅଧୀକ୍ଷକ ସୂଚନା ଦେଇଛନ୍ତି।
    ପରିସ୍ଥିତି ନିୟନ୍ତ୍ରଣ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ତେଣେ ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀ ଓ ସଦର ବିଧାୟକ ମାନସ ଦତ୍ତ ଜିଲ୍ଲାପାଳ ଏବଂ ଏସପିଙ୍କ ସହ ବୈଠକ କରି ସ୍ଥିତି ନିୟନ୍ତ୍ରଣ ପାଇଁ ଦୃଢ଼ ପଦକ୍ଷେପ ନେବାକୁ କହିଛନ୍ତି। ସାଂସଦ ଓ ବିଧାୟକ ମଧ୍ୟ ଶାନ୍ତଶୃଙ୍ଖଳା ରକ୍ଷା କରିବାକୁ ବାଲେଶ୍ବରବାସୀଙ୍କୁ ନିବେଦନ କରିଛନ୍ତି। ବାଲେଶ୍ୱର ସଦର ସୁନହଟ ଅଞ୍ଚଳରେ ଗତକାଲି ସକାଳେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା, ଯାହାକୁ ନେଇ ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଥିଲା। ଦୁଇ ଗୋଷ୍ଠୀ ପରସ୍ପରଙ୍କୁ ଆକ୍ରମଣ କରିଥିଲେ। ପରସ୍ପରକୁ ପଥର, କାଚ ବୋତଲ ଫୋପାଡ଼ିବାରୁ ପୁଲିସ କର୍ମଚାରୀଙ୍କ ସମେତ ୧୦ ଜଣ ଲହୁଲୁହାଣ ହୋଇପଡ଼ିଥିଲେ ବାଲେଶ୍ୱରରେ ବିଶେଷକରି ଗୋଳାପାଖରୀ, ମୋତିଗଞ୍ଜ, ସିନେମାଛକ ଆଦି ଅଞ୍ଚଳରେ ହିଂସା ପରିସ୍ଥିତି ସୃଷ୍ଟି ହୋଇଥିଲା। ହିଂସାକାରୀମାନେ ବିଭିନ୍ନ ସାହିରେ ପଶି ଲୋକଙ୍କ ଘରକୁ ଢେଲାପଥର ମାଡ଼ କରିଥିବା ଜଣାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    27.7 ° C
    27.7 °
    27.7 °
    57 %
    1.8kmh
    35 %
    Fri
    44 °
    Sat
    40 °
    Sun
    40 °
    Mon
    40 °
    Tue
    40 °

    ସମ୍ବନ୍ଧିତ