Wednesday, October 23, 2024
21.5 C
Odisha

    ବାତ୍ୟାକୁ ନେଇ ତାଜା ଖବର, ଏହି ୧୪ ଜିଲ୍ଲାକୁ ଆଲର୍ଟ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗତ ୩ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୬ କିଲୋମିଟର ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଅକ୍ଟୋବର ୨୨ ତାରିଖ ସକାଳ ୮ଟା ୩୦ରେ ସେହି ଅଞ୍ଚଳରେ ୧୫.୫° ଉତ୍ତର ଅକ୍ଷାଂଶ ଓ ୯୧.୦° ପୂର୍ବ ଦ୍ରାଘିମା, ପାରାଦୀପ ଠାରୁ ପ୍ରାୟ ୭୦୦ କିଲୋମିଟର ଦକ୍ଷିଣ-ଦକ୍ଷିଣପୂର୍ବ, ସାଗର ଦ୍ୱୀପ (ପଶ୍ଚିମବଙ୍ଗ) ଠାରୁ ୭୫୦ କିଲୋମିଟର ଦକ୍ଷିଣ-ଦକ୍ଷିଣପୂର୍ବ, ଏବଂ ଖେପୁପଡ଼ା (ବାଂଲାଦେଶ) ଠାରୁ ୭୩୦ କିଲୋମିଟର ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୩ ଅକ୍ଟୋବର ୨୦୨୪ ସୁଦ୍ଧା ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟରେ ପରିଣତ ହେବାର ସମ୍ଭାବନା ରହିଛି ।

    ଏହାପରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଏହା ୨୪ ତାରିଖ ସକାଳ ସୁଦ୍ଧା ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଭୟଙ୍କର ସାମୁଦ୍ରିକ ଝଡ଼ରେ ପରିଣତ ହୋଇ ୨୪ ତାରିଖ ରାତି ଓ ୨୫ ତାରିଖ ସକାଳେ ପୁରୀ ଓ ସାଗର ଦ୍ୱୀପ ମଧ୍ୟରେ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରି ଘଣ୍ଟା ପ୍ରତି ୧୦୦ରୁ ୧୧୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ଅନୁଗୁଳ, ପୁରୀ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ଢେଙ୍କାନାଳ, ଗଞ୍ଜାମ ଓ ମୟୂରଭଞ୍ଜ ଭଳି ୧୪ଟି ଜିଲ୍ଲାକୁ ସତର୍କ କରାଯିବା ସହ ବାତ୍ୟା ମୁକାବିଲା ପାଇଁ ଆବଶ୍ୟକ ପ୍ରସ୍ତୁତି ଓ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    21.5 ° C
    21.5 °
    21.5 °
    68 %
    1.6kmh
    62 %
    Tue
    21 °
    Wed
    27 °
    Thu
    27 °
    Fri
    26 °
    Sat
    28 °

    ସମ୍ବନ୍ଧିତ