Thursday, October 1, 2026
23.4 C
Odisha

    ମାଗଣା ଡାଏଲେସିସ୍‌ ସେବା ଯୋଗାଇବାରେ ଓଡିଶା ଦେଶର ପ୍ରଥମ ରାଜ୍ୟ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ୧୬ଟି ଉପଜିଲ୍ଲା ସ୍ତରୀୟ ଡାକ୍ତରଖାନାରେ ଡାଏଲେସିସ୍‌ କେନ୍ଦ୍ର ଲୋକାର୍ପଣ କରିଛନ୍ତି। ସାରା ରାଜ୍ୟରେ 5T ଉପକ୍ରମରେ ଉପଜିଲ୍ଲା ସ୍ତରରେ ୩୨ଟି ଡାଏଲେସିସ୍‌ କେନ୍ଦ୍ର ଖୋଲାଯିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଲେ ଯେ ସରକାରୀ ସ୍ୱାସ୍ଥ୍ୟ ସେବା କେନ୍ଦ୍ରଗୁଡିକରେ ମାଗଣାରେ ଚିକିତ୍ସା ଦିଆଯିବା ସହିତ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଓ BSKY ନବୀନ କାର୍ଡ ଜରିଆରେ ବର୍ଷକୁ ୪ କୋଟିରୁ ଅଧିକ ଲୋକଙ୍କୁ ବିନା ମୂଲ୍ୟରେ ଉତ୍ତମ ଚିକିତ୍ସା ଯୋଗାଇ ଦିଆଯାଉଛି। ଏହା ଦ୍ୱାରା ରୋଗ ହେଲେ ଲୋକମାନଙ୍କର ଅର୍ଥ ପାଇଁ ଚିନ୍ତା କରିବାର ସମସ୍ୟା ଦୂର ହୋଇପାରିଛି। କିଡନୀ ରୋଗର ଚିକିତ୍ସା ବହୁତ ବ୍ୟୟସାପେକ୍ଷ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଏସବୁ କେନ୍ଦ୍ର ପ୍ରତିଷ୍ଠା ଦ୍ୱାରା ଏଣିକି କିଡନୀ ରୋଗୀ ମାନେ ଘର ପାଖରେ ବିନା ମୂଲ୍ୟରେ ଡାଏଲେସିସ୍‌ ସେବା ପାଇ ପାରିବେ। ସେ କହିଲେ ଯେ ରାଜ୍ୟବାସୀଙ୍କୁ ଉତ୍ତମ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ଲକ୍ଷ୍ୟରେ ୨୦୧୮ରେ ମାଗଣା ଡାଏଲେସିସ୍‌ ସେବା- ସହାୟ ଆରମ୍ଭ ହୋଇଥିଲା। ଏହି ସେବା ଯୋଗାଇ ଦେବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ ଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    23.4 ° C
    23.4 °
    23.4 °
    85 %
    1.4kmh
    72 %
    Wed
    23 °
    Thu
    30 °
    Fri
    30 °
    Sat
    30 °
    Sun
    31 °

    ସମ୍ବନ୍ଧିତ