Wednesday, February 5, 2025
34.5 C
Odisha

    ଦାମୋଦର ରାଉତ ଗୁରୁତର, ହୃଦଘାତ ପରେ ଗୁରୁତର ହୋଇଥିବାର ସୂଚନା ଦେଲେ ପୁଅ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବରିଷ୍ଠ ନେତା ଦାମୋଦର ରାଉତଙ୍କ ସ୍ୱାସ୍ଥ୍ୟ ଗୁରୁତର ରହିଛି | ଦାମୋଦରଙ୍କ ପୁଅ ତଥା ବିଧାୟକ ସମ୍ବିତ ରାଉତରାୟ ଏହି ସୂଚନା ଦେଇଛନ୍ତି | ଗତ ୧୮ ତାରିଖରୁ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ଚାଲିଥିବାର ସମ୍ବିତ ସୂଚନା ଦେଇଛନ୍ତି | ହୃଦଘାତ ପରେ ଦାମୋଦର ଗୁରୁତର ହୋଇପଡିଛନ୍ତି ବୋଲି ପୁଅ କହିଛନ୍ତି | ସମ୍ବିତ କହିଛନ୍ତି ଯେ ହୃଦଘାତ ଆସିବା ପରେ ବ୍ରେନଡେଡ଼ ହୋଇପଡିଛି | ଉଲ୍ଲେଖ ଥାଉ କି ତିନିମାସ ତଳେ ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତ ମଧ୍ୟ ଅସୁସ୍ଥ ହୋଇପଡିଥିଲେ | ଯକୃତରେ ପାଣି ଜମିଥିବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା | ତେବେ ସୁସ୍ଥ ହେବା ପରେ ସେ ଘରକୁ ଫେରିଥିଲେ | ଓଡ଼ିଶା ରାଜନୀତିରେ ଦାମୋଦର ରାଉତ ବଡ ରାଜନେତା ଭାବେ ଜଣାଶୁଣା । ପ୍ରଥମେ ଜନତା ଦଳ ଓ ପରବର୍ତ୍ତୀ ସମୟରେ ବିଜେଡିରୁ ବିଧାୟକ ଭାବେ ନିର୍ବାଚିତ ହେବା ସହ ନବୀନଙ୍କ ସରକାରରେ ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଛନ୍ତି । ତେବେ ୨୦୧୯ରେ ବିଜେପି ଟିକେଟରୁ ନିର୍ବାଚନ ଲଢି ପରାଜିତ ହୋଇଥିଲେ ଦାମ । କିନ୍ତୁ ପରବର୍ତ୍ତୀ ସମୟରେ ବିଜେପିକୁ ବାଏ ବାଏ କରିଥିଲେ ଦାମ । ଗତ କିଛି ମାସ ପୂର୍ବରୁ ଦାମଙ୍କ ଉପରୁ ବହିଷ୍କାର ପ୍ରତ୍ୟାହାର କରି ପୁଣିଥରେ ବିଜେଡିକୁ ଫେରାଇ ଆଣିଥିଲେ ନବୀନ ପଟ୍ଟନାୟକ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    34.5 ° C
    34.5 °
    34.5 °
    18 %
    3.6kmh
    89 %
    Wed
    33 °
    Thu
    35 °
    Fri
    34 °
    Sat
    33 °
    Sun
    34 °

    ସମ୍ବନ୍ଧିତ