Tuesday, April 7, 2026
24.1 C
Odisha

    ତାଳଚୁଆରେ ଲ୍ୟାଣ୍ଡଫଲ୍ କରିବ ‘ଦାନା’: ପ୍ରଶାସନ ସମ୍ପୂର୍ଣ୍ଣ ସଜାଗ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ବାତ୍ୟା ‘ଦାନା’ ଶକ୍ତିଶାଳୀ ହୋଇ ସ୍ଥଳଭାଗ ମୁହାଁ ହୋଇଛି। ‘ସାମୁଦ୍ରିକ ବାତ୍ୟା ‘ଦାନା’ପ୍ରଭାବରେ ତୁହାକୁ ତୁହା ବର୍ଷା ସହିତ ପବନ ବେଗ ମଧ୍ୟ ଧୀରେଧୀରେ ବଢ଼ିବାରେ ଲାଗିଛି। ପାଗ ଅଧିକ କୋହଲା ହେବାରେ ଲାଗିଥିବାବେଳେ ସମୁଦ୍ର ଅଶାନ୍ତ ହେବା ସହିତ ଉଚ୍ଚା ଜୁଆର ସୃଷ୍ଟି ହେଉଛି।

    ୨୪ ତାରିଖ ରାତିରୁ ୨୫ ତାରିଖ ପାହାନ୍ତି ପ୍ରହର ଭିତରେ ଓଡ଼ିଶାରେ ତାଣ୍ଡବ ରଚିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ‘ଦାନା’ ଏବେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇ ସ୍ଥଳଭାଗ ଆଡକୁ ମାଡି ଆସୁଛି । ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ପ୍ରାୟ ୫ ଘଣ୍ଟା ପର୍ଯ୍ୟନ୍ତି ଜାରି ହେବ। ଏହି ସମୟ ମଧ୍ୟରେ ସର୍ବାଧିକ ପବନର ବେଗ ପ୍ରାୟ ୧୨୦ କିଲୋମିଟର ହେବାର ସମ୍ଭାବନା ଅଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗର ନିର୍ଦ୍ଦେଶିକା ମନୋରମା ମହାନ୍ତି ଏହା ସୂଚନା ଦେଇଛନ୍ତି।

    ବାତ୍ୟା ‘ଦାନା’କୁ ନେଇ ଆଉ ଏକ ଅପଡେଟ ସାମ୍ନାକୁ ଆସିଛି। ବାତ୍ୟା ‘ଦାନା’ର ଗତି ପଥରେ ସାମାନ୍ୟ ରିକର୍ଭ ଆସିଛି। ତେବେ ଏଥିପାଇଁ ଲ୍ୟାଣ୍ଡଫଲ୍ ସ୍ଥାନରେ ପରିବର୍ତ୍ତନ ହୋଇନି। ଲ୍ୟାଣ୍ଡଫଲ୍ ପରେ ଏହି ଭୀଷଣ ବାତ୍ୟା ସାମାନ୍ୟ ସାମାନ୍ୟ ରିକର୍ଭ କରିବ। ରିକର୍ଭ କରି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାକୁ ଏହା ମୁହାଁଇପାରେ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରାମା ମହାନ୍ତି ସୂଚନା ଜାରି କରିଛନ୍ତି। ବାତ୍ୟା ପ୍ରଭାବରେ ଉପକୂଳର କିଛି ଜିଲ୍ଲାରେ ବର୍ଷା ଆରମ୍ଭ ହୋଇସାରିଛି। ୨୬ ତାରିଖରେ ଦକ୍ଷିଣ ଓଡ଼ିଶାରେ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.1 ° C
    24.1 °
    24.1 °
    74 %
    1.9kmh
    1 %
    Mon
    24 °
    Tue
    36 °
    Wed
    38 °
    Thu
    38 °
    Fri
    38 °

    ସମ୍ବନ୍ଧିତ