Sunday, April 12, 2026
39.2 C
Odisha

    ଓଡ଼ିଶାର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡାଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର, ୧୯/୧୦: ଓଡ଼ିଶାର ବରିଷ୍ଠ ନେତା ତଥା କେନ୍ଦ୍ରାପଡା ପୂର୍ବତନ ବିଧାୟକ ଶ୍ରୀ ଉତ୍କଳ କେଶରୀ ପରିଡାଙ୍କ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ବୟସ ହୋଇଥିଲା। ସ୍ୱର୍ଗତଃ ପରିଡା ବିଭିନ୍ନ କ୍ରୀଡା ଓ ସମବାୟ ସଂଗଠନ ସହ ଜଡ଼ିତ ଥିଲେ। ସେ ଛାତ୍ର ଜୀବନରୁ ରାଜନୀତିରେ ପ୍ରବେଶ କରି ସାଲେପୁର କଲେଜର ଛାତ୍ର ସାଂସଦ ସଭାପତି ଭାବେ ନିର୍ବାଚିତ ହୋଇଥିଲେ। ସେ ଯୁବ ଓ ଛାତ୍ର ରାଜନୀତିର ଜଣେ ଅନନ୍ୟ ପ୍ରତିଭା ଥିଲେ। ସ୍ୱର୍ଗତଃ ପରିଡା କେନ୍ଦ୍ରାପଡ଼ା ଜିଲ୍ଲା ରାଜନୀତିରେ ଦଳ ପକ୍ଷରୁ ନେତୃତ୍ୱ ନେବା ସହ ଏହି ନିର୍ବାଚନମଣ୍ଡଳୀରୁ ୨୦୦୪ ମସିହାରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସେ ଜଣେ ସ୍ନେହୀ, ପରୋପକାରୀ ଓ ଦରଦୀ ମଣିଷ ଥିଲେ। ତାଙ୍କ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଶୋକବ୍ୟକ୍ତ କରିଛନ୍ତି।
    ସ୍ୱର୍ଗତ ପରିଡାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଏଭଳି ଦୁଃଖଦ ସମୟରେ ଶୋକସନ୍ତପ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧର୍ଯ୍ୟ ପ୍ରଦାନ କରିବା ପାଇଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ପ୍ରାର୍ଥନା କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    39.2 ° C
    39.2 °
    39.2 °
    8 %
    4kmh
    0 %
    Sun
    38 °
    Mon
    42 °
    Tue
    42 °
    Wed
    43 °
    Thu
    44 °

    ସମ୍ବନ୍ଧିତ