Monday, October 12, 2026
24.4 C
Odisha

    ସିଂହଦ୍ୱାର ନିକଟରେ ମହିଳା ଶ୍ରଦ୍ଧାଳୁଙ୍କ ମୃତ୍ୟୁ

    ଆଗକୁ ପଢନ୍ତୁ

    ପୁରୀ ସିଂହଦ୍ୱାର ନିକଟରେ ଜଣେ ମହିଳା ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଛି। ମୃତ ମହିଳାଙ୍କ ପରିଚୟ ମିଳିନାହିଁ।  ଗତକାଲି ମହିଳା ଜଣଙ୍କ ଶ୍ରୀଜିଉଙ୍କୁ ଦର୍ଶନ କରିବା ପାଇଁ ପୁରୀ ଆସିଥିଲେ। ମହାପ୍ରଭୁଙ୍କୁ ଦର୍ଶନ ସାରି ଫେରିଲା ବେଳେ ସିଂହ ଦ୍ୱାର ନିକଟରେ ମହିଳା ଜଣଙ୍କ ଅସୁସ୍ଥ ଅନୁଭବ କରିଥିଲେ। ପରେ ସେ ଅଚେତ ହୋଇଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲା। ପୁଲିସ ଘଟଣାର ତଦନ୍ତ କରୁଛି । ସୂଚନାଯୋଗ୍ୟ,ଗତକାଲି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପିତ ହୋଇଥିଲା। ଅପରାହ୍ନ ସାଢ଼େ ଗୋଟାଏରେ ଶୁଭଲଗ୍ନରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗଜପତି ମହାରାଜା ଦିବ୍ୟସିଂହଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କରିଥିଲେ। ଲୋକାର୍ପଣ ଫଳକରେ ନଡ଼ିଆ ପିଟି ଲୋକାର୍ପିତ କରିଥିଲେ ମୁଖ୍ୟମନ୍ତ୍ରୀ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.4 ° C
    24.4 °
    24.4 °
    78 %
    0.5kmh
    0 %
    Mon
    29 °
    Tue
    30 °
    Wed
    30 °
    Thu
    31 °
    Fri
    31 °

    ସମ୍ବନ୍ଧିତ