Sunday, September 13, 2026
23 C
Odisha

    ପ୍ରଫେସର ଦେବୀପ୍ରସନ୍ନ ପଟ୍ଟନାୟକ ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମାନରେ ସମ୍ମାନିତ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଆରମ୍ଭ ହେଲା ଓଡିଆ ଭାଷାର ମହାକୁମ୍ଭ । ଓଡିଆ ଭାଷାର ମହୋତ୍ସବ। ଓଡିଆ ଭାଷାର ଉଲ୍ଲାସର ପର୍ବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ବର ଜନତା ମଇଦାନଠାରେ ଏକ ବର୍ଣ୍ଣାଢ୍ୟ ପରିବେଶରେ ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀ ଉଦ୍‌ଘାଟନ କରିଛନ୍ତି। ସମ୍ମିଳନୀରେ ଓ ସାରା ରାଜ୍ୟରେ ଏବଂ ଦେଶ ବିଦେଶରେ ଥିବା ସବୁ ଓଡିଆ ଆଜି ଏକ ସମୟରେ ବନ୍ଦେ ଉତ୍କଳ ଜନନୀ ଗାନ କରି ଓଡିଆ ଭାଷାର ଏହି ମହୋତ୍ସବରେ ସାମିଲ ହୋଇଥିଲେ।

    ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଶିଷ୍ଟ ଭାଷାବିତ୍‌ ପ୍ରଫେସର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ଓଡିଆ ଭାଷାର ବିକାଶ ଉଦ୍ଦେଶ୍ୟରେ ତାଙ୍କର ଜୀବନବ୍ୟାପୀ ସାଧନା ପାଇଁ ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମାନରେ ସମ୍ମାନିତ କରିଥିଲେ। ପୁରସ୍କାର ସ୍ବରୂପ ତାଙ୍କୁ ମାନପତ୍ର ଓ ୨୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଥିଲା। ଏହି ଅବସରରେ ଦୁଇ ଓଡିଆ ଜ୍ଞାନପୀଠ ପୁରସ୍କାର ବିଜେତା ପଦ୍ମବିଭୂଷଣ ଡକ୍ଟର ସୀତାକାନ୍ତ ମହାପାତ୍ର, ପଦ୍ମଭୂଷଣ ଡକ୍ଟର ପ୍ରତିଭା ରାୟ ଏବଂ ପ୍ରଫେସର ଆର୍ଲୋ ଗ୍ରୀଫିଥ ଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଥିଲେ । ପ୍ରଥମ ଓଡିଆ ଭାଷା ସମ୍ମାନରେ ସମ୍ମାନିତ ହୋଇଥିବା ପ୍ରଫେସର ଦେବୀପ୍ରସନ୍ନ ପଟ୍ଟନାୟକ ତାଙ୍କ ବକ୍ତବ୍ୟରେ କହିଥିଲେ ଯେ ମୁଁ ଦେଶବିଦେଶରେ ବହୁ ଜାଗାରେ ସମ୍ମାନିତ ହୋଇଛି । କିନ୍ତୁ ଆଜିକାର ସମ୍ମାନ ମୋ ଜୀବନର ସବୁଠାରୁ ବଡ ସମ୍ମାନ । ଏ ସମ୍ମାନ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ସମ୍ମାନ ବୋଲି ସେ ପ୍ରକାଶ କରି ଧନ୍ୟବାଦ ଜଣାଇଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23 ° C
    23 °
    23 °
    97 %
    1.5kmh
    100 %
    Sun
    30 °
    Mon
    30 °
    Tue
    31 °
    Wed
    31 °
    Thu
    31 °

    ସମ୍ବନ୍ଧିତ