Friday, September 20, 2024
30.1 C
Odisha

    ୩ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର,୨୪।୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଘୂର୍ଣ୍ଣିବଳୟ । ସେହିପରି ଉତ୍ତର-ପଶ୍ଚିମବଙ୍ଗରେ ସକ୍ରିୟ ରହିଛି ଲଘୁଚାପ । ଏହାର ପ୍ରଭାବରେ ୩ଦିନ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା। ଏନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି।

    ପରବର୍ତ୍ତୀ ୪୮ ଘଣ୍ଟାରେ ଘନିଭୂତ ହୋଇ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ବିଭିନ୍ନ ଜିଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ନେଇ SRC ସତର୍କ ସୂଚନା ଜାରି କରିଛନ୍ତି। ରାଜ୍ୟରେ ଆଗାମୀ ୩ ଦିନ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସୂଚନା ରହିଛି। କାଲି ପର୍ଯ୍ୟନ୍ତ ୮ ଜିଲାକୁ ଅରେଞ୍ଜ ଓ ୧୮ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ କଟକ, ଜଗତସିଂହପୁର, ଯାଜପୁର ଓ କେନ୍ଦ୍ରାପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି। ଅରେଞ୍ଜ ୱାର୍ଣ୍ଣିଂ ଥିବା ଜିଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    30.1 ° C
    30.1 °
    30.1 °
    72 %
    1.2kmh
    37 %
    Fri
    31 °
    Sat
    31 °
    Sun
    30 °
    Mon
    30 °
    Tue
    30 °

    ସମ୍ବନ୍ଧିତ