Sunday, September 27, 2026
21.7 C
Odisha

    ରାଜ୍ୟବ୍ୟାପୀ କୋହଲା ପାଗ: କୁହୁଡ଼ି ନେଇ ୧୨ଟି ଜିଲ୍ଲାକୁ ପାଣିପାଗ ବିଭାଗର ଚେତାବନୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୨ଟି ଜିଲ୍ଲାରେ ଘନକୁହୁଡ଼ି ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ଘନକୁହୁଡ଼ି ଦେଖାଯିବ। ସେହିପରି ଜାନୁଆରି ୨୫ ସକାଳ ସାଢ଼େ ୮ଟାରୁ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ବରଗଡ଼, କେନ୍ଦୁଝର, ବଲାଙ୍ଗୀର, ସୋନପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନୟାଗଡ଼, ଢେଙ୍କାନାଳ, ଅନୁଗୁଳ, ଯାଜପୁର, କଟକ ଜିଲ୍ଲାରେ କୁହୁଡ଼ି ଦେଖାଯିବ। ଘନକୁହୁଡ଼ିର ଭିଜିବିଲିଟି ୫୦ରୁ ୨୦୦ ମିଟର ରହିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    21.7 ° C
    21.7 °
    21.7 °
    96 %
    1.3kmh
    39 %
    Sun
    29 °
    Mon
    30 °
    Tue
    30 °
    Wed
    30 °
    Thu
    31 °

    ସମ୍ବନ୍ଧିତ