Saturday, April 4, 2026
29.2 C
Odisha

    ବଙ୍ଗୋପସାଗରରେ ସୃଷ୍ଟି ହେଲା ସାମୁଦ୍ରିକ ବାତ୍ୟା ‘ଦାନା’

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ସାମୁଦ୍ରିକ ବାତ୍ୟା ‘ଦାନା’। ବାତ୍ୟାର ରୂପ ନେଇଛି ଗଭୀର ଅବପାତ। ଏହା ୨୪ ତାରିଖ ମଧ୍ୟରାତ୍ରୀରେ ସ୍ଥଳଭାଗ ଛୁଇଁବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ପାରାଦୀପର ୬୭୦ କିମି ଦୂରରେ ଅଛି ଗଭୀର ଅବପାତ। ଭୀଷଣ ରୂପ ନେଇ ଓଡ଼ିଶା ଉପକୂଳ ଭିତରକନିକାରୁ ଧାମରା ମଧ୍ୟରେ ଛୁଇଁବ ସ୍ଥଳଭାଗ। ୨୪ରେ ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ଅତିକ୍ରମ କରିବ। ଘଣ୍ଟାକୁ ୩ କିମି ବେଗରେ ଏହା ଗତି କରୁଛି। ୨୪ ରାତି କିମ୍ବା ୨୫ ସକାଳେ ଉପକୂଳ ଅତିକ୍ରମ କରିବ। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କରଲୋମିଟର ମଧ୍ୟରେ ରହିବ।
    ‘ଦାନା’ର ପ୍ରଭାବ କେନ୍ଦ୍ରାପଡ଼ାଠାରୁ ବାଲେଶ୍ବର ଉପକୂଳ ପର୍ଯ୍ୟନ୍ତ ରହିବ। ବାତ୍ୟା ସ୍ଥଳଭାଗ ଛୁଇଁଲା ବେଳକୁ ପବନର ଘଣ୍ଟାପ୍ରତି ବେଗ ୧୦୦ରୁ ୧୧୦ କିମି ରହିଥିବ। ଅତିରୁ ଅତିପ୍ରବଳ ବର୍ଷା ହେଉଥିବ। ବେଳେବେଳେ ପବନର ବେଗ ୧୨୦ କିମି ଛୁଇଁପାରେ। ୨୪ ତାରିଖ ମଧ୍ୟରାତ୍ରିରେ ସ୍ଥଳଭାଗ ଛୁଇଁବାକୁ ଥିବା ଏହି ବାତ୍ୟାର ପ୍ରଭାବ ବହୁ କମ୍ ସମୟ ରହିବ। ସ୍ଥଳଭାଗରେ ମାତ୍ର ୩୦ କିମି ପର୍ଯ୍ୟନ୍ତ ବାତ୍ୟା ତାଣ୍ଡବ ରଚିବ ଏବଂ ୨୫ ତାରିଖ ଭୋର ବେଳକୁ ଗଭୀର ଅବପାତରେ ପରିଣତ ହୋଇସାରିଥିବ।
    ‘ଦାନା’ର ପ୍ରଭାବ ପ୍ରାୟ ୯ଟି ଜିଲ୍ଲା ଉପରେ ପଡ଼ିବ ବୋଲି ଆକଳନ କରାଯାଇଛି। ଏହାକୁ ନଜରରେ ରଖି ୯ଟି ଜିଲ୍ଲାରେ ବାତ୍ୟା ପରିଚାଳନା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଆଯାଉଥିବା ପଦକ୍ଷେପଗୁଡ଼ିକର ତଦାରଖ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗତକାଲି ୯ଜଣ ମନ୍ତ୍ରୀଙ୍କୁ ଦାୟିତ୍ବ ଦେଇଛନ୍ତି। ଏହାସହ ବାତ୍ୟା ଦ୍ବାରା ଅଧିକ ପ୍ରଭାବିତ ହେବାକୁ ଥିବା ୬ଟି ଜିଲ୍ଲା ପାଇଁ ୬ଜଣ ବରିଷ୍ଠ ଆଇଏଏସଙ୍କୁ ସ୍ବତନ୍ତ୍ର ଦାୟିତ୍ବ ଦିଆଯାଇଛି। ଜିଲ୍ଲା ପ୍ରଶାସନକୁ ସମସ୍ତ ପ୍ରକାରର ସହଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ମନ୍ତ୍ରୀ ଓ ଆଇଏଏସଙ୍କୁ ଦାୟିତ୍ବ ଦେଇଛନ୍ତି।
    ଗଂଜାମ, ପୁରୀ, ଜଗତସିଂହପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ବର, ମୟୂରଭଂଜ, ଢେଙ୍କାନାଳ, ଯାଜପୁର, ଅନୁଗୁଳ, ଖୋର୍ଦ୍ଧା, ନୟାଗଡ଼, କଟକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପବନ ଓ ବର୍ଷା ହେବ। ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ପ୍ରସ୍ତୁତ ଅଛନ୍ତି। ସହଯୋଗ ପାଇଁ କେନ୍ଦ୍ର ସରକାର ପ୍ରତିଶ୍ରୁତି ଦେଇଛନ୍ତି। ଅଗ୍ନିଶମ, ଓଡ୍ରାଫ୍, ଏନ୍ଡିଆରଏଫ୍, ତଟରକ୍ଷୀ ବାହିନୀ, ନୌସେନା ଓ ବାୟୁସେନା ପ୍ରସ୍ତୁତ ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    29.2 ° C
    29.2 °
    29.2 °
    34 %
    1.5kmh
    98 %
    Sat
    38 °
    Sun
    37 °
    Mon
    38 °
    Tue
    38 °
    Wed
    38 °

    ସମ୍ବନ୍ଧିତ