Sunday, March 22, 2026
23.7 C
Odisha

    ମଣିଷ ଦେହରେ ବାର୍ଡ ଫ୍ଲୁ, ସୂଚନା ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ

    ଆଗକୁ ପଢନ୍ତୁ

    ପୁରୀ: ପୁରୀ ଜିଲ୍ଲା ଚନ୍ଦନପୁର ନିକଟସ୍ଥ ମଙ୍ଗଳପୁରରେ ଜଣେ ମଣିଷ ଦେହରେ ବାର୍ଡ ଫ୍ଲୁ ଚିହ୍ନଟ ହୋଇଛି। ଏନେଇ ପରେ ସ୍ୱାସ୍ଥ୍ୟ ବିଭାଗ ସତର୍କ ହୋଇଛି। ଏଥିଲାଗି ପିପିଲି ଓ ସତ୍ୟବାଦୀରେ ସର୍ଭେଲାନ୍ସ ବଢ଼ାଇ ଦିଆଯାଇଛି। ୧ କିଲୋମିଟର ଭିତରେ ଓ ୧ରୁ୧୦ କିଲୋମିଟର ଭିତରେ ଦୁଇ ଥାକିଆ ସର୍ଭେଲାନ୍ସ କରାଯାଇଛି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।
    ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି, ପୁରୀ ଜିଲ୍ଲା ମଙ୍ଗଳପୁର ସ୍ବାସ୍ଥ୍ୟକେନ୍ଦ୍ରକୁ ଆସିଥିବା ଜଣେ ରୋଗୀଙ୍କଠାରେ ବାର୍ଡ ଫ୍ଲୁ ଚିହ୍ନଟ ହୋଇଛି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସର୍ଭେଲାନ୍ସ ବଢ଼ାଇ ଦିଆଯାଇଛି। ଏଭଳି ସ୍ଥିରତି ମୁକାବିଲା ପାଇଁ ସ୍ବାସ୍ଥ୍ୟ ବିଭାଗ ପ୍ରସ୍ତୁତ ଅଛି। ଏନେଇ ସମ୍ପୃକ୍ତ ଅଞ୍ଚଳରେ ଆଶା କର୍ମୀମାନେ ଘରକୁ ଘର ବୁଲି ଲୋକଙ୍କୁ ସଚେତନ କରିବା ସହ ତାମିଫ୍ଲୁ ମେଡିସିନ ବିତରଣ କରୁଛନ୍ତି।
    ଲୋକଙ୍କୁ ଏନ୍-୯୫ ମାସ୍କ ବଣ୍ଟାଯାଉଛି। ସ୍ବାସ୍ଥ୍ୟ ଓ ପଶୁସମ୍ପଦ ବିଭାଗ ପରସ୍ପର ମଧ୍ୟରେ ସମନ୍ବୟ ରଖି ଏଦିଗରେ କାମ କରାଯାଉଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    23.7 ° C
    23.7 °
    23.7 °
    29 %
    1.7kmh
    17 %
    Sun
    24 °
    Mon
    34 °
    Tue
    37 °
    Wed
    37 °
    Thu
    39 °

    ସମ୍ବନ୍ଧିତ