Sunday, October 4, 2026
24.3 C
Odisha

    ଭକ୍ତଙ୍କୁ ମିଳିବ ମାଗଣାରେ ମହାପ୍ରସାଦ : ଆଇନମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ମହାପ୍ରଭୁଙ୍କ ମହାପ୍ରସାଦ ଭକ୍ତମାନଙ୍କୁ ମାଗଣାରେ ମିଳିବ। ଏଥି ପାଇଁ ପ୍ରକ୍ରିୟା ଚାଲିଛି। ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଶ୍ରୀମନ୍ଦିରରୁ ଆସୁଥିବା ଭକ୍ତଙ୍କ ସଂଖ୍ୟା ଦୃଷ୍ଟିରୁ ବର୍ଷକୁ ୧୪ରୁ ୧୫କୋଟି ଟଙ୍କା ଖର୍ଚ୍ଚ ହେବ। ଆମେ ଭକ୍ତ ସମାଜ ଭିତରେ ସମସ୍ତଙ୍କୁ ଅନୁରୋଧ କରିଛୁ। ଏହାରି ଭିତରେ ଅନେକ ଭକ୍ତ ଆସି ସହଯୋଗର ହାତ ବି ବଢ଼ାଇଛନ୍ତି। ସରକାରଙ୍କ ଉପରେ ଚାପ ନ ପକାଇ ଯେଉଁ ବଦାନ୍ୟ ଭକ୍ତମାନେ ଅଛନ୍ତି ସେମାନଙ୍କ ସହଯୋଗରେ ହେବ। ସେମାନେ ମଧ୍ୟ ପୁଣ୍ୟ ଅର୍ଜନ କରିବେ।

    ଆଇନ ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଛନ୍ତି, ଏହାର ଡିଜାଇନ ଆରମ୍ଭ ହୋଇଛି। ଭକ୍ତ ସାତ ପାହାଚଠୁ ସିଧା ଯାଇ ଘଣ୍ଟି ଦ୍ୱାର ପଟେ ବାହାରିବେ। ସେଭଳି ଏକ ବ୍ୟବସ୍ଥା କରାଯାଉଛି। ଏହି ବ୍ୟବସ୍ଥା ହୋଇସାରିବା ପରେ ଭକ୍ତମାନଙ୍କ ଦର୍ଶନରେ କୌଣସି ଅସୁବିଧା ହେବ ନାହିଁ ଏବଂ ସମସ୍ତେ ଭଲ ଭାବରେ ପ୍ରଭୁଙ୍କ ଦର୍ଶନ ସାରି ମନ୍ଦିରରୁ ବାହାରିବେ। ଏହାକୁ ଆଖି ଆଗରେ ରଖି ଯୋଜନା ଆରମ୍ଭ କରୁଛୁ।

    ସେହିପରି ହବିଷ୍ୟାଳି ମା’ମାନଙ୍କ ପାଇଁ ମହାପ୍ରଭୁଙ୍କ କୌଣସି ଅସୁବିଧା ହେବ ନାହିଁ। ସେ ନେଇ ବ୍ୟବସ୍ଥା କରାଯାଇଛି। ତର୍ଜମା ଏବଂ ସମୀକ୍ଷା କରାଯାଇଛି। ମୁଖ୍ୟ ପ୍ରଶାସକ, ଜିଲ୍ଲପାଳଙ୍କଠାରୁ ଆରମ୍ଭ କରି ଅଧିକାରୀମାନେ ଏ ନେଇ ଧ୍ୟାନ ଦେଉଛନ୍ତି। କାର୍ତ୍ତିକ ମାସ ପରେ, ଶୃଙ୍ଖଳିତ ଦର୍ଶନ ପ୍ରକ୍ରିୟା ଆମେ ଆରମ୍ଭ କରିବୁ। ହବିଷ୍ୟାଳିଙ୍କ ଦର୍ଶନ ସାରି ଘରକୁ ଫେରିବେ ତାହାର ଦାଇତ୍ୱ ସରକାର ନେବେ। କୌଣସି ସମସ୍ୟା ହେଲେ ତାର ସମାଧାନ ହେବ ଏନେଇ ସ୍ପଷ୍ଟ ନିର୍ଦେଶ ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.3 ° C
    24.3 °
    24.3 °
    75 %
    1.5kmh
    0 %
    Sun
    24 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ