ଧାମରା ବନ୍ଦରରେ ଅପ୍ରବାସ କେନ୍ଦ୍ର ପାଇଁ ୧୪ଟି ପୋଲିସ ପଦବୀ ସୃଷ୍ଟି କଲେ ରାଜ୍ୟ ସରକାର

ଧାମରା ବନ୍ଦରରେ ଅପ୍ରବାସ କେନ୍ଦ୍ର ପାଇଁ  ୧୪ଟି ପୋଲିସ ପଦବୀ ସୃଷ୍ଟି କଲେ ରାଜ୍ୟ ସରକାର
ଧାମରା ବନ୍ଦରରେ ଅପ୍ରବାସ କେନ୍ଦ୍ର ପାଇଁ  ୧୪ଟି ପୋଲିସ ପଦବୀ ସୃଷ୍ଟି କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଭଦ୍ରକ ଜିଲ୍ଲାର ଧାମରା ବନ୍ଦର ଠାରେ ଏକ ନୂତନ ଅପ୍ରବାସ କେନ୍ଦ୍ର (Immigration Check Post) ନିମନ୍ତେ ୧୪ଟି ପୋଲିସ ପଦବୀ ସୃଷ୍ଟି କରାଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ନୂତନ ପଦବୀ ଗୁଡ଼ିକୁ ଅନୁମୋଦନ  କରିଛନ୍ତି ।

 

ଏଥିରେ ଦୁଇଟି ଇନ୍‌ସପେକ୍ଟର, ୮ଟି ସବ୍‌-ଇନ୍‌ସପେକ୍ଟର ଓ ୪ଟି କନେଷ୍ଟବଳ ପଦବୀ ସୃଷ୍ଟି କରାଯାଇଛି । ସୂଚନାଯୋଗ୍ୟ ଯେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଧାମରା ବନ୍ଦରକୁ ଏକ ଅପ୍ରବାସ କେନ୍ଦ୍ର ରୂପେ ଘୋଷଣା କରାଯିବା ପରେ ଏହାର କାର୍ଯ୍ୟଭାର ରାଜ୍ୟ ସରକାର ଗ୍ରହଣ କରିଛନ୍ତି ।