Thursday, September 11, 2025
24.6 C
Odisha

    ସାଂସଦ ଭାବେ ଓଡ଼ିଆରେ ଶପଥ ନେ‌ଲେ ଧର୍ମେନ୍ଦ ପ୍ରଧାନ ଓ ଜୁଏଲ୍ ଓରାମ

    ଆଗକୁ ପଢନ୍ତୁ

    ନୂଆଦିଲ୍ଳୀ: ସାଂସଦ ଭାବେ ଶପଥ ନେଲେ ଦୁଇ ଓଡ଼ିଆ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଜୁଏଲ୍ ଓରାମ । ଆଜି ସଂସଦ ଅଧିବେଶନ ଆରମ୍ଭ ହେବା ପରେ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ସାଂସଦଙ୍କ ଶପଥ ପାଠ କରାଇଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଜୁଏଲ୍ ଓରାମ ନିଜ ମାତୃଭାଷା ଓଡିଆରେ ଶପଥ ପାଠ କରିଛନ୍ତି । ତାଙ୍କ ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂହ ଚୌହାନ ପ୍ରମୁଖ ସାଂସଦ ଭାବେ ଶପଥ ଗ୍ରହଣ କରିଛନ୍ତି । ସୂଚନାଯୋଗ୍ୟ ଯେ, କାମଚଳା ବାଚସ୍ପତି ତଥା କଟକ ସାଂସଦ ଭର୍ତ୍ତୃହରି ମହତାବ ନବ ନିର୍ବାଚିତ ସାଂସଦ ମାନଙ୍କୁ ଶପଥ ପାଠ କରାଇଛନ୍ତି। ଦୁଇ ଦିନ ଧରି ଚାଲିବ ଏହି ପ୍ରକ୍ରିୟା । ଆଜି ପ୍ରଥମ ଦିନରେ ୨୮୦ ସାଂସଦ ଶପଥ ଗ୍ରହଣ କରିବେ । ଏହାପରେ ୨୬ ତାରିଖରେ ବାଚସ୍ପତି ନିର୍ବାଚନ ବେ ବୋଲ ସୂଚନା ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.6 ° C
    24.6 °
    24.6 °
    87 %
    0.6kmh
    100 %
    Thu
    31 °
    Fri
    31 °
    Sat
    30 °
    Sun
    32 °
    Mon
    30 °

    ସମ୍ବନ୍ଧିତ