Sunday, October 4, 2026
24.3 C
Odisha

    ବିଜେପି ମିଛ କହୁଥିବା ନେଇ ନବୀନ ପଟ୍ଟନାୟକଙ୍କ ମନ୍ତବ୍ୟର ଜବାବ ଦେଲେ ଧର୍ମେନ୍ଦ୍ର ପ୍ରଧାନ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ବିଜେପି ମିଛ କହୁଥିବା ନେଇ କିଛି ଦିନ ତଳେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଟିପ୍ପଣୀ କରିଥିଲେ। ଆଜି ଏହାଉପରେ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।ସେ କହିଛନ୍ତି, ରାଜନୀତିରେ ଜୟ ପରାଜୟ ଲାଗି ରହେ। ଜୟରେ ବହୁତ ଉନ୍ମାଦିତ ଏବଂ ପରାଜୟରେ ହତୋତ୍ସାହିତ ହେବାର ଆବଶ୍ୟକତା ନାହିଁ। ପୂର୍ବରୁ ବିଜେପି ବହୁତ ଥର ହାରିଛି, ଦେଶରେ ୨ଟି ଲୋକସଭା ଆସନ ଥିଲା, ଓଡ଼ିଶାରେ କିଛି ଲୋକ ବିଜେପିକୁ ସାଇନ୍ ବୋର୍ଡ ପାର୍ଟି କହୁଥିଲେ। କିନ୍ତୁ ଏବେ ଓଡ଼ିଆ ଲୋକଙ୍କ ଆଶୀର୍ବାଦରେ ସେବା କରିବାର ସୁଯୋଗ ମିଳିଛି। ଲୋକ ମାନେ ଯାହାକୁ ଯେଉଁ ଭୂମିକା ଦେଇଛନ୍ତି, ଯାହାକୁ ସେବା କରିବାର ଭୂମିକା ଦେଇଛନ୍ତି, ସେ ସେବା କରୁ। ଯାହାକୁ ଦାୟିତ୍ଵସମ୍ପନ୍ନ ବିରୋଧୀ ଦଳ ଭାବେ ଦାୟିତ୍ଵ ଦେଇଛନ୍ତି, ସେ ତାକୁ ପାଳନ କରନ୍ତୁ। ବାକି ଲୋକ ବିଚାର କରିବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.3 ° C
    24.3 °
    24.3 °
    75 %
    1.5kmh
    0 %
    Sun
    24 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ