Sunday, October 4, 2026
30.6 C
Odisha

    ଆଗରୁ ହେବାର ଥିଲା, ରାଜନୀତି ଯୋଗୁ ପିଲାମାନେ ବଞ୍ଚିତ ହୋଇଥିଲେ: ଧର୍ମେନ୍ଦ୍ର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଆଜି ରାଜ୍ୟ କୃଷି ଭବନରେ ଓଡିଶାର ଉଚ୍ଚ ଶିକ୍ଷା ବିଭାଗ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ମଧ୍ୟରେ ରାଜ୍ୟରେ ପିଏମ-ଉଷା କାର୍ଯ୍ୟକ୍ରମ ଲାଗୁ କରିବା ପାଇଁ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି। ୨୦୨୫-୨୬ ମଧ୍ୟରେ ଏହା କାର୍ଯ୍ୟକାରୀ କରାଯିବ। କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଥିଲେ ଯେ, ରାଜ୍ୟର ଛାତ୍ରଛାତ୍ରୀମାନଙ୍କ ବୃହତର ସ୍ୱାର୍ଥକୁ ଦୃଷ୍ଟିରେ ରଖି, ଆମ ସରକାରଙ୍କ ୮୧ତମ ଦିନରେ ପିଏମ-ଉଷା କାର୍ଯ୍ୟକ୍ରମର ଶୁଭାରମ୍ଭ ହେଲା। ଏହା ହେଉଛି ଡବଲ୍ ଇଞ୍ଜିନ ସରକାରର ସଫଳତା। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଦୂରଦୃଷ୍ଟି ଓ ତତ୍ତ୍ୱାବଧାନରେ ଏହି ଯୋଜନା କାର୍ଯ୍ୟକାରୀ କରାଯାଉଛି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିକ୍ଷାର ପରିସର ବ୍ୟାପକ। ଏହାକୁ ରାଜନୀତିର ସଂକୀର୍ଣ୍ଣତା ମଧ୍ୟରେ ରଖିବା ଉଚିତ୍ ନୁହେଁ ।
    ପିଏମ-ଉଷା କାର୍ଯ୍ୟକ୍ରମ ଛାତ୍ରଛାତ୍ରୀଙ୍କ ଉତ୍ତମ ଭବିଷ୍ୟତ ଗଠନ ଲକ୍ଷ୍ୟରେ ଆରମ୍ଭ ହୋଇଥିବା ସତ୍ତ୍ୱେ, ଆଗରୁ ଏହାକୁ କାର୍ଯ୍ୟକାରୀ କରାଯାଇ ନଥିଲା। ଏହି ଯୋଜନାକୁ ରାଜ୍ୟରେ ସଫଳତାର ସହ କରାଯିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ଦ୍ୱାରା ଶିକ୍ଷାର ନୂତନ ଭିତ୍ତିଭୂମି ଓ ମନବ ସମ୍ବଳର ବିକାଶ ହେବ। ଏହି ଯୋଜନା ଦକ୍ଷତା ବିକାଶ, ଗବେଷଣା, ନିଯୁକ୍ତିଯୋଗ୍ୟ ଶିକ୍ଷାର ବିକାଶରେ ସହାୟକ ହେବ। ଏହା ଆମର ଶିକ୍ଷା ପରିବେଶକୁ ବିଶ୍ୱସ୍ତରୀୟ କରିବ। ସେହିପରି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଥିଲେ ଯେ ରାଜ୍ୟରେ ସ୍କୁଲ, କଲେଜ ପିଲାଙ୍କୁ ନେଇ ପ୍ରାୟ ୧ କୋଟି ଛାତ୍ରଛାତ୍ରୀ ଅଛନ୍ତି। ରାଜ୍ୟ ଜନସଂଖ୍ୟାର ଏହା ହେଉଛି ଏକ ଚତୁର୍ଥାଂଶ। ତେଣୁ ଏହି ପିଲାମାନଙ୍କର ଠିକ୍‌ ଭାବରେ ଦାୟିତ୍ୱ ନିଆଯାଇ ପାରିଲେ ରାଜ୍ୟର ବିକାଶ ବିଶ୍ୱସ୍ତରୀୟ ହୋଇପାରିବ। ସେ କହିଲେ ଯେ ଏକ ବିଂଶ ଶତାବ୍ଦୀ ହେଉଛି ଜ୍ଞାନର ଶତାବ୍ଦୀ । ଜ୍ଞାନ ଓ ପ୍ରତିଭା ହେଉଛି ଓଡିଆ ପିଲାଙ୍କ ମୂଳ ଆଧାର। ଏହାର ବିକାଶ ହୋଇପାରିଲେ ଆମ ପିଲାମାନେ ମଧ୍ୟ ବିଶ୍ୱ ସ୍ତରରେ ନିଜର ଦକ୍ଷତା ପ୍ରଦର୍ଶନ କରିପାରିବେ।
    ଏହି କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ କଲେଜ ଓ ୟୁନିଭର୍‌ସିଟିର ବିକାଶ ପାଇଁ ୫୦୦ କୋଟି ଟଙ୍କା ଦିଆଯିବ ବୋଲି ସେ ପ୍ରକାଶ କରିଥିଲେ। ଏହା ଯୋଗୁ ଆମ ରାଜ୍ୟର ୧ କୋଟି ପିଲା ବିଶ୍ୱସ୍ତରୀୟ ଶିକ୍ଷା ପାଇପାରିବେ। ସେ କହିଥିଲେ ଯେ ଏହି କାର୍ଯ୍ୟକ୍ରମ ୩ ବର୍ଷ ଆଗରୁ ହେବାର ଥିଲା। କିନ୍ତୁ ରାଜନୀତି ଯୋଗୁ ଓଡିଆ ପିଲାମାନେ ବଞ୍ଚିତ ହୋଇଥିଲେ। ଓଡିଶାରେ ଖୁବ୍‌ ଶୀଘ୍ର ଶିକ୍ଷାରେ ସ୍ୱାୟତ୍ତତା ଆସିବ ବୋଲି ସେ କହିଥିଲେ। ୟୁଜିସିର ନିୟମ ଅନୁଯାୟୀ ବିଶ୍ୱବିଦ୍ୟାଳୟଗୁଡିକୁ ସ୍ୱାୟତ୍ତତା ଦିଆଯିବ ବୋଲି ସେ କହିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.6 ° C
    30.6 °
    30.6 °
    51 %
    2.9kmh
    3 %
    Sun
    30 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ