Tuesday, September 15, 2026
31 C
Odisha

    ଓଲଟିଲା ଧଉଳି ଗଣନାଟ୍ୟ ବସ; ୫ମୃତ

    ଆଗକୁ ପଢନ୍ତୁ

    ବାରିପଦା: କୋହଲା ପାଗ ସାଙ୍ଗକୁ ଝିପି ଝିପି ବର୍ଷା ଲାଗିରହିଥିବା ବେଳେ ଦୁଆରଶୁଣି ଘାଟିରେ ପୁଣି ଦୁର୍ଘଟଣା ହୋଇଛି। ଭାରସାମ୍ୟ ହରାଇ ଧଉଳି ଗଣନାଟ୍ୟ ଯାତ୍ରାପାର୍ଟିର ଲାଇଟ ଓ ସାଉଣ୍ଡ ବୋଝେଇ ଟ୍ରକ ଓଲଟି ପଡିଛି। ଏହି ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଥିବା ଜଣାପଡିଛି। ମୟୁରଭଞ୍ଜ ଜିଲ୍ଲା ୪୯ନମ୍ବର ଜାତୀୟ ରାଜପଥ ଦୁଆରଶୁଣି ଘାଟିରେ ଚାଲିଛି ଘାଟି ମେଳା। ଏନେଇ ଜାତୀୟ ରାଜପଥ ଭିଡ଼ ରହିଥିବା ବେଳେ ଘାଟିରୁ ଓହ୍ଲାଉଥିବା ବେଳେ ଭାରସାମ୍ୟ ହରାଇ ଘଟିଛି ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଦୁର୍ଘଟଣା ପରେ ଆହତ ମାନଙ୍କୁ ଉଦ୍ଧାର କରି ନିକଟସ୍ଥ ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରଯାଇଛି। ଘଟଣା ସ୍ଥଳରେ ବାଙ୍ଗିରିପୋଷି ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ବାଙ୍ଗିରିପୋଷି ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ ସହ ସ୍ଥିତି ନିୟନ୍ତ୍ରଣ କରୁଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    31 ° C
    31 °
    31 °
    61 %
    1.9kmh
    0 %
    Tue
    31 °
    Wed
    31 °
    Thu
    30 °
    Fri
    25 °
    Sat
    31 °

    ସମ୍ବନ୍ଧିତ