Friday, October 2, 2026
22.2 C
Odisha

    ବାତ୍ୟାରେ କ୍ଷତିଗ୍ରସ୍ତଙ୍କୁ ସହାୟତା ରାଶି ବାଣ୍ଟିବେ ଜିଲ୍ଲାପାଳ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ସାମୁଦ୍ରିକ ବାତ୍ୟା ‘ଦାନା’ ଯୋଗୁଁ ପ୍ରଭାବିତ ଲୋକଙ୍କୁ କ୍ଷତିପୂରଣ ମିଳିବ। ରାଜ୍ୟ ସରକାର ଏଥି ପାଇଁ ଜିଲ୍ଲାମାନଙ୍କୁ କ୍ଷତିପୂରଣ ସହାୟତା ପଠାଇଛନ୍ତି। ପ୍ରାଥମିକ ପର୍ଯ୍ୟାୟରେ ମୋଟ ୪୨୩ କୋଟି ଟଙ୍କାର ସହାୟତା ରାଶି ପଠାଇଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ତରଫରୁ ଏହି ସହାୟତା ରାଶି ପ୍ରଦାନ କରାଯାଇଛି। ଜିଲ୍ଲାସ୍ତରରେ ଜିଲ୍ଲାପାଳମାନେ କ୍ଷତିଗ୍ରସ୍ତଙ୍କୁ ସହାୟତା ରାଶି ବାଣ୍ଟିବେ। ସୂଚନାଯୋଗ୍ୟ, ବାତ୍ୟା ‘ଦାନା’ ଯୋଗୁଁ ଶହଶହ କୋଟି ଟଙ୍କାର କ୍ଷୟକ୍ଷତି ହୋଇଛି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ପୂର୍ବରୁ କହି ସାରିଛନ୍ତି ଯେ, ପ୍ରାଥମିକ ଆକଳନ ଅନୁସାରେ ପ୍ରାୟ ୬ଶହ କୋଟି ଟଙ୍କାର କ୍ଷତି ହୋଇଛି। ବାଲେଶ୍ୱର, ଭଦ୍ରକ ଏବଂ କେନ୍ଦ୍ରାପଡ଼ା ଜିଲ୍ଲା ବେଶୀ କ୍ଷତିଗ୍ରସ୍ତ ହୋଇଛନ୍ତି। ମୟୂରଭଞ୍ଜ, ଯାଜପୁର, ଜଗତସିଂହପୁର, କଟକ ବି ପ୍ରଭାବିତ ହୋଇଛି। ୧୪ ଜିଲ୍ଲାର ୧୩୧ ବ୍ଲକ ପ୍ରଭାବିତ ହୋଇଛି।୧୧, ୬୩୭ ଗାଁର ୪୧ ଲକ୍ଷ ଲୋକ ଏଥିରେ ପ୍ରଭାବିତ ହୋଇଛନ୍ତି।ମୋଟ ୧୬, ୪୧୭ ଘର ପ୍ରଭାବିତ ଓ ୨୭ ଘର ସଂପୂର୍ଣ୍ଣ କ୍ଷତିଗ୍ରସ୍ତ।୧୪, ୬୮୦ ଘର ଆଂଶିକ ଭାବେ କ୍ଷତିଗ୍ରସ୍ତ ହୋଇଛି।
    ବିଭାଗୱାରୀ ହିସାବ ଭିତ୍ତିରେ ଶକ୍ତି ବିଭାଗ ବେଶୀ କ୍ଷତିଗ୍ରସ୍ତ ହୋଇଛି। ଚୂଡ଼ାନ୍ତ ରିପୋର୍ଟ ଆସିବା ପରେ ପ୍ରକୃତ କ୍ଷୟକ୍ଷତି ସ୍ପଷ୍ଟ ହେବ। ସେ ଆହୁରି କହିଛନ୍ତି, ପଞ୍ଚାୟତିରାଜ ବିଭାଗ ଛଡ଼ା ଅନ୍ୟ ସବୁ ବିଭାଗରୁ ରିପୋର୍ଟ ଆସିଛି। ସଂଧ୍ୟା ସୁଦ୍ଧା ସବୁ ରିପୋର୍ଟ ମିଳିଲା ପରେ ଚୂଡ଼ାନ୍ତ ହିସାବ ହେବ। ମୋଟାମୋଟି ଭାବେ ୧୪ ଜିଲ୍ଲାର ୧୩୧ ବ୍ଲକ ପ୍ରଭାବିତ ହୋଇଛି।୧୧, ୬୩୭ ଗାଁର ୪୧ ଲକ୍ଷ ଲୋକ ଏଥିରେ ପ୍ରଭାବିତ ହୋଇଛନ୍ତି।ମୋଟ ୧୬, ୪୧୭ ଘର ପ୍ରଭାବିତ ଓ ୨୭ ଘର ସଂପୂର୍ଣ୍ଣ କ୍ଷତିଗ୍ରସ୍ତ।୧୪, ୬୮୦ ଘର ଆଂଶିକ ଭାବେ କ୍ଷତିଗ୍ରସ୍ତ ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    22.2 ° C
    22.2 °
    22.2 °
    79 %
    1kmh
    28 %
    Fri
    30 °
    Sat
    30 °
    Sun
    30 °
    Mon
    31 °
    Tue
    31 °

    ସମ୍ବନ୍ଧିତ