Wednesday, October 7, 2026
22.1 C
Odisha

    ପ୍ରତ୍ୟେକ ରୋଗୀଙ୍କୁ ସକରାତ୍ମକ ମନୋଭାବରେ ଚିକିତ୍ସା କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଓଡ଼ିଶା ରୂପାନ୍ତରଣରେ ସ୍ବାସ୍ଥ୍ୟସେବା ଏକ ପ୍ରମୁଖ କ୍ଷେତ୍ର। ଓଡ଼ିଶା ଲୋକଙ୍କ ଟଙ୍କାକୁ ଦରମା ଆକାରରେ ଖର୍ଚ୍ଚ କରାଯାଉଛି। ଆପଣଙ୍କୁ ସେମାନଙ୍କ ସେବା କରିବାକୁ ପଡ଼ିବ। ପ୍ରତ୍ୟେକ ରୋଗୀଙ୍କୁ ସକରାତ୍ମକ ମନୋଭାବରେ ଚିକିତ୍ସା କରିବା ଆପଣଙ୍କ ଦାୟିତ୍ବ। ଆଜି ଆଉ ୨ ହଜାର ୪୭୩ ଡାକ୍ତରଙ୍କୁ ନିଯୁକ୍ତି ଦେଇ ଏହି ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିରେ ୨ ହଜାର ୩୯୨ ଜଣ ଏମବିବିଏସ ଡାକ୍ତର ଥିବା ବେଳେ ୮୧ ଜଣ ଦାନ୍ତ ଡାକ୍ତର ଅଛନ୍ତି। କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ନିଯୁକ୍ତି ପର୍ବରେ ସମସ୍ତ ନବ ନିଯୁକ୍ତ ଡାକ୍ତରଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହା ଦ୍ବାରା ରାଜ୍ୟର ସ୍ବାସ୍ଥ୍ୟ ସେବା ଆହୁରି ସୁଦୃଢ଼ ହୋଇଛି। ରାଜ୍ୟ ସରକାର ଓଡ଼ିଶାର ସାମଗ୍ରୀକ ବିକାଶ ପାଇଁ ସବୁ କ୍ଷେତ୍ରକୁ ଗୁରୁତ୍ବ ଦେଉଛନ୍ତି। ରୂପାନ୍ତରଣ ପ୍ରତ୍ୟେକ ଲୋକଙ୍କୁ ନୂଆ ସ୍ତରକୁ ନେବା ପାଇଁ କାମ କରାଯାଉଛି। ୫ଟି ଉପକ୍ରମରେ ସ୍ବାସ୍ଥ୍ୟକ୍ଷେତ୍ରକୁ ପ୍ରାଧାନ୍ୟ ଦେଉଛନ୍ତି ସରକାର।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.1 ° C
    22.1 °
    22.1 °
    86 %
    1.1kmh
    0 %
    Wed
    31 °
    Thu
    30 °
    Fri
    30 °
    Sat
    30 °
    Sun
    30 °

    ସମ୍ବନ୍ଧିତ