Saturday, October 10, 2026
24.4 C
Odisha

    ତେଜିଲା ଡ୍ରାଇଭର ଆନ୍ଦୋଳନ : ଷ୍ଟିଅରିଂ ଛାଡି ରାଜରାସ୍ତାକୁ ଓହ୍ଲାଇଲେ ଡ୍ରାଇଭର

    ଆଗକୁ ପଢନ୍ତୁ

    ହିଟ୍ ଆଣ୍ଡ ରନ୍ ମାମଲାରେ କେନ୍ଦ୍ର ସରକାରଙ୍କ ନୂଆ ଆଇନକୁ ବିରୋଧ କରି ଜାରି ରହିଛି ଡ୍ରାଇଭର ଆନ୍ଦୋଳନ । ଆଇନ ପ୍ରତ୍ୟାହାର ଦାବିରେ ଦେଶ ବ୍ୟାପୀ ଆନ୍ଦୋଳନ ତୃତୀୟ ଦିନରେ ପହଁଚିଥିବା ବେଳେ ଓଡ଼ିଶାରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି ।କେନ୍ଦ୍ରୀୟ ଆଇନକୁ ବିରୋଧ ସହ ରାଜ୍ୟ ସରକାରଙ୍କ ପ୍ରତିଶ୍ରୁତି ପୂରଣରେ ବିଫଳତାକୁ ଦାୟୀ କରି ଅନିର୍ଦ୍ଦିଷ୍ଟ କାଳ ଯାଏଁ ଆନ୍ଦୋଳନ କରୁଛି ଓଡ଼ିଶା ଡ୍ରାଇଭର ମହାସଂଘ । ଡ୍ରାଇଭର ମାନେ ଗାଡି ଛାଡି ଆନ୍ଦୋଳନରେ ସାମିଲ ହେଉଥିବା ବେଳେ ପରିବହନ ସେବା ସମ୍ପୂର୍ଣ୍ଣ ଠପ୍ ହେବାର ଆଶଙ୍କା ଦେଖାଦେଇଛି । ଦେଶରେ ଅତ୍ୟାବଶ୍ୟକ ସାମଗ୍ରୀ ହେଉ ଅବା କଂଚାମାଲ ପରିବହନ ପଛରେ ଟ୍ରକ ପରିବହନର ଗୋଟିଏ ବଡ ଭୂମିକା ରହିଛି । ଷ୍ଟିଅରିଂ ଛାଡ ଆନ୍ଦୋଳନ ଯୋଗୁ ମାଲ ପରିବହନ ସେବା ବାଧାପ୍ରାପ୍ତ ହେବାର ଆଶଙ୍କା ଦେଖାଦେବା ସହ ଦରଦାମ ବୃଦ୍ଧି ହେବାର ଯଥେଷ୍ଟ ସମ୍ଭାବନା ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.4 ° C
    24.4 °
    24.4 °
    79 %
    1.5kmh
    0 %
    Sat
    24 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ