Wednesday, September 30, 2026
23.7 C
Odisha

    ତଦନ୍ତ କମିଶନ ଜଷ୍ଟିସ ଚିତ୍ତରଂଜନ ଦାଶଙ୍କ କାର୍ଯ୍ୟକାଳ ବୃଦ୍ଧି କଲେ ରାଜ୍ୟ ସରକାର

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଭରତପୁର ଥାନାରେ ସେନା ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପୁଲିସ ଦୁର୍ବ୍ୟବହାର ମାମଲାର ତଦନ୍ତ କରୁଥିବା ତଦନ୍ତ କମିଶନ ଜଷ୍ଟିସ ଚିତ୍ତରଂଜନ ଦାଶଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇଛି। ୨୦୨୫ ଜାନୁଆରି ୩୧ ତାରିଖ ଯାଏ ଏହାକୁ ବୃଦ୍ଧି କରାଯାଇଛି। ଏନେଇ ଆଜି ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି।
    ସୂଚନାଯୋଗ୍ୟ ତଦନ୍ତ କମିଶନ ଜଷ୍ଟିସ ଚିତ୍ତରଂଜନ ଦାଶଙ୍କ କାର୍ଯ୍ୟକାଳ ନଭେମ୍ବର ୨୨ ତାରିଖରେ ସରୁଥିଲା।
    ଭରତପୁର ମାମଲାରେ ଜଷ୍ଟିସ ଚିତ୍ତ ରଞ୍ଜନ ଦାସଙ୍କ ନେତୃତ୍ବରେ ଗଠିତ କମିଶନ ଏହି ମାମଲାରେ  ୫୦୦ ରୁ ଅଧିକ ଦାଖଲ ହୋଇଥିବା ସତ୍ୟପାଠର ଯାଞ୍ଚ୍ ପରେ ସାକ୍ଷ୍ୟ ଗ୍ରହଣ ପାଇଁ ପ୍ରକ୍ରିୟା ଆରମ୍ଭ କରିଥିଲେ।
    ଉଲ୍ଲେଖଯୋଗ୍ୟ ଯେ, ଗତ ସେପ୍ଟେମ୍ବର ୧୪ ତାରିଖ ରାତିରେ ଭରତପୁର ଥାନାରେ ସେନା ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପୁଲିସ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା । ମେଜରଙ୍କ ସହ ତାଙ୍କ ବାନ୍ଧବୀ ରାତି ଗୋଟାଏ ବେଳେ ଅଭିଯୋଗ କରିବାକୁ ଯାଇଥିବା ବେଳେ ପୁଲିସ ଆକ୍ରମଣ କରିଥିବା ନେଇ ଥାନା ଆଇଆଇସିଙ୍କ ବିରୋଧରେ ଅଭିଯୋଗ ହୋଇଥିଲା । ଘଟଣାରେ ତତ୍କାଳୀନ ଥାନା ଆଇଆଇସି ଦୀନକୃଷ୍ଣ ମିଶ୍ର ଓ ୪ ଜଣ ପୁଲିସ କର୍ମଚାରୀଙ୍କୁ ଚାକିରିରୁ ନିଲମ୍ବନ କରାଯାଇଥିଲା। କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ ଜାରି ରଖିଛି । ଏହାସହ ଘଟଣାର ତ୍ୱରିତ ତଦନ୍ତ ପାଇଁ ତଦନ୍ତ କମିଶନ ମଧ୍ୟ ଗଠନ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.7 ° C
    23.7 °
    23.7 °
    86 %
    1.5kmh
    100 %
    Wed
    24 °
    Thu
    30 °
    Fri
    30 °
    Sat
    31 °
    Sun
    31 °

    ସମ୍ବନ୍ଧିତ