Monday, September 21, 2026
27.9 C
Odisha

    ଓଡ଼ିଶାର ୨ ଏସପି ଓ ଜଣେ ଜିଲ୍ଲାପାଳଙ୍କୁ ବଦଳି ନିର୍ଦ୍ଦେଶ ଦେଲେ ଇସିଆଇ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଓଡ଼ିଶାର ୨ ଜଣ ଏସପି ଓ ଜଣେ ଜିଲ୍ଲାପାଳଙ୍କୁ ବଦଳି ପାଇଁ ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ କମିଶନ | ବଦଳିବେ ଢେଙ୍କାନାଳ ଜିଲ୍ଲାପାଳ ଓ ଦେବଗଡ ଏସପି । କଟକ ଗ୍ରାମାଞ୍ଚଳ ଏସପିଙ୍କୁ ମଧ୍ୟ ବଦଳି ନିର୍ଦ୍ଦେଶ । ସାଧାରଣ ନିର୍ବାଚନ ପୂର୍ବରୁ ବଦଳି ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ନିର୍ବାଚନ କମିଶନ । ଗୁଜରାଟ, ପଞ୍ଜାବ, ଓଡ଼ିଶା ଓ ପଶ୍ଚିମବଙ୍ଗ ଭଳି ୪ଟି ରାଜ୍ୟରେ ଜିଲ୍ଲା ମାଜିଷ୍ଟ୍ରେଟ୍ ଓ ଏସପି ପଦବୀରେ ଅବସ୍ଥାପିତ ଅଣ-କ୍ୟାଡର ଅଧିକାରୀଙ୍କ ବଦଳି ଆଦେଶ ଜାରି କରିଛି ନିର୍ବାଚନ ଆୟୋଗ। ବଦଳି ହେବାକୁ ଥିବା ଅଧିକାରୀମାନେ ହେଉଛନ୍ତି ଗୁଜୁରାଟର ଛୋଟା ଉଦୟପୁର ଏବଂ ଅହମ୍ମଦାବାଦ ଗ୍ରାମୀଣ ଜିଲ୍ଲାର ଏସପି । ପଞ୍ଜାବର ପଠାନକୋଟ, ଫାଜିଲକା ଜଳନ୍ଧର ଗ୍ରାମୀଣ ଏବଂ ମାଲେରକୋଟଲା ଜିଲ୍ଲାର ଏସଏସପି । ଢେଙ୍କାନାଳର ଜିଲ୍ଲାପାଳ ଏବଂ ଓଡ଼ିଶାର ଦେବଗଡ଼ ଓ କଟକ ଗ୍ରାମାଞ୍ଚଳର ଏସପି ଏବଂ ପଶ୍ଚିମବଙ୍ଗର ପୂର୍ବ ମେଦିନୀପୁର, ଝାରଗ୍ରାମ, ପୂର୍ବ ବର୍ଦ୍ଧମାନ ଓ ବୀରଭୂମ ଜିଲ୍ଲାର ଜିଲ୍ଲାପାଳ । ଏହାବ୍ୟତୀତ ନିର୍ବାଚିତ ରାଜନୈତିକ ପ୍ରତିନିଧିଙ୍କ ସହ ସେମାନଙ୍କର ସମ୍ପର୍କ କିମ୍ବା ପାରିବାରିକ ସମ୍ପର୍କକୁ ଦୃଷ୍ଟିରେ ରଖି ପଞ୍ଜାବର ଏସଏସପି ଭଟିଣ୍ଡା ଏବଂ ଆସାମର ଏସପି ସୋନିତପୁରଙ୍କୁ ବଦଳି କରିବାକୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    27.9 ° C
    27.9 °
    27.9 °
    75 %
    1.5kmh
    98 %
    Mon
    29 °
    Tue
    28 °
    Wed
    28 °
    Thu
    24 °
    Fri
    24 °

    ସମ୍ବନ୍ଧିତ