Wednesday, April 1, 2026
38.7 C
Odisha

    ସାଉଦି ଆରବରେ ଫସିଲେ ୬ ଓଡ଼ିଆଙ୍କ ସମେତ ୮ ଜଣ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ସାଉଦି ଆରବରେ ଫସିଥିବା ୬ ଜଣ ଓଡିଆଙ୍କ ସମେତ ୮ ଜଣ ଯୁବକଙ୍କୁ ଉଦ୍ଧାର କରି ଭାରତ ଫେରାଇ ଆଣିବା ପାଇଁ ଭାରତୀୟ ରାଷ୍ଟ୍ରଦୂତଙ୍କୁ ହସ୍ତକ୍ଷେପ କରିବାକୁ ଏକ ଚିଠି ଲେଖି ନିବେଦନ କରିଛନ୍ତି।

    କେନ୍ଦ୍ରାପଡା ଜିଲ୍ଲାର ଭୁଇଁପୁରର ବଳରାମ ସାହୁ, ରାଜନଗରର କ୍ଷୀରୋଦ ନାରାୟଣ ପାତ୍ର, ଖୋର୍ଦ୍ଧା ଜିଲ୍ଲା ଦାମୋଦରପୁର ଗ୍ରାମର ବନମାଳୀ ଖୁଣ୍ଟିଆ, ପଞ୍ଚୁଗାଁର ରଞ୍ଜିତ ବାରିକ, ଅସୁରିପାଟଣା ଗ୍ରାମର ନବଘନ ମହାରଣା, ଗଞ୍ଜାମ ଜିଲ୍ଲା ମୋହନପୁର ଗ୍ରାମର ମନୋଜ କୁମାର ପଲେଇ, ବିହାରରୁ ମହମ୍ମଦ ନୱାବ ଓ ଉତ୍ତର ପ୍ରଦେଶରୁ ମହମ୍ମଦ ଇରଫାନ ଚଳିତ ବର୍ଷ ଏପ୍ରିଲ- ମଇ ମାସରେ ସାଉଦି ଆରବରେ ପାଇପମିସ୍ତ୍ରୀ, ରାଜମିସ୍ତ୍ରୀ ଭାବେ କାମ କରିବାକୁ ଏକ ଏଜେଣ୍ଟଙ୍କ ଜରିଆରେ ଯାଇଥିଲେ କିନ୍ତୁ ସେଠାରେ ପହଞ୍ଚିବା ପରେ କମ୍ପାନି କତ୍ତୃପକ୍ଷ ସେମାନଙ୍କୁ ଅନ୍ୟ କାମରେ ନିୟୋଜିତ କରିଥିଲେ। ଉପାୟଶୂନ୍ୟ ହୋଇ ପରିବାର ଲୋକ ସେମାନଙ୍କୁ ସ୍ବଦେଶ ଫେରାଇ ଆଣିବା ପାଇଁ ଶ୍ରୀ ପଣ୍ଡାଙ୍କ ହସ୍ତକ୍ଷେପ ଲୋଡିଥିଲେ। ଏହି ଅନୁରୋଧକ୍ରମେ ଶ୍ରୀ ପଣ୍ଡା ଭାରତୀୟ ରାଷ୍ଟ୍ରଦୂତଙ୍କ ସହ ଯୋଗାଯୋଗ କରି ଏ ବିଷୟରେ ଅବଗତ କରିବା ସହ ତୁରନ୍ତ ଏ ଦିଗରେ ପଦକ୍ଷେପ ନେଇ ସମସ୍ତଙ୍କୁ ସୁରକ୍ଷିତ ଭାରତ ଫେରାଇ ଆଣିବା ସଙ୍ଗେ ସଙ୍ଗେ ସହାୟତା ଯୋଗାଇଦେବାକୁ ନିବେଦନ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    38.7 ° C
    38.7 °
    38.7 °
    16 %
    2.7kmh
    0 %
    Wed
    39 °
    Thu
    41 °
    Fri
    41 °
    Sat
    39 °
    Sun
    39 °

    ସମ୍ବନ୍ଧିତ