Friday, October 16, 2026
22.3 C
Odisha

    ଏକାମ୍ର ନିର୍ବାଚନମଣ୍ଡଳୀ ପାଇଁ ହାତ ଖୋଲିଦେଲେ ମୁଖ୍ୟମନ୍ତ୍ରୀ; ୨ଶହ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକାମ୍ର ନିର୍ବାଚନମଣ୍ଡଳୀ ପାଇଁ ହାତ ଖୋଲିଦେଇଛନ୍ତି। ୨ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ । ଏଥିପାଇଁ ଲିଙ୍ଗିପୁର ପଞ୍ଚାୟତର ଜାଡୁମଲ୍ଲୀ ମନ୍ଦିର ନିକଟରେ ଏକ ସାଧାରଣ ସଭା ଆୟୋଜନ କରାଯାଉଛି । ପୂର୍ତ୍ତ ବିଭାଗ ପକ୍ଷରୁ ଦୟା ଦକ୍ଷିଣ ପାର୍ଶ୍ଵ ନଦୀବନ୍ଧର ସାଢେ଼ ଆଠ କିଲୋମିଟର ରାସ୍ତାର ସୁଦୃଢ଼ିକରଣ ଓ ପ୍ରଶସ୍ତିକରଣ ପାଇଁ ୨୨ କୋଟି ଟଙ୍କା ଏବଂ ଜଳସମ୍ପଦ ବିଭାଗ ପକ୍ଷରୁ ୯୧ କୋଟି ଟଙ୍କାରେ ଧଉଳି ନିକଟସ୍ଥ ଦୟା ନଦୀ ଗର୍ଭରେ ଇନ୍ ଷ୍ଟ୍ରିମ ଷ୍ଟୋରେଜ ଷ୍ଟ୍ରକଚର୍ ନିର୍ମାଣ କରାଯିବ ।

    ଏହା ଦ୍ଵାରା ଆଖ ପାଖ ଅଞ୍ଚଳରେ ଭୂତଳ ଜଳ ସ୍ତର ବୃଦ୍ଧି ପାଇବା ସହ ଚାଷ ପାଇଁ ଜଳ ସମସ୍ୟା ଦୂର ହେବ। ସେହିପରି ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ପକ୍ଷରୁ ୪୨ କୋଟି ଟଙ୍କାରେ ବାସୁଆ ଘାଇ, ଧଉଳି, ଲିଙ୍ଗିପୁର, ଶିଶୁପାଳ ଗଡ, ଇଟିପୁର, ଟିକରପଡ଼ା ପ୍ରଭୁତି ଛଅଟି ଗ୍ରାମପଞ୍ଚାୟତରେ ପାନୀୟ ଜଳ ଯୋଗାଣ ପାଇଁ ଦୟାନଦୀର ବାସୁଅ ଘାଇ ଠାରେ ଏକ ଟ୍ରିଟମେଣ୍ଟ ପ୍ଲାଣ୍ଟ ନିର୍ମାଣ ହେବ । ଇଟିପୁର ଠାରେ ଟି ପି ସି ଏଲ ପକ୍ଷରୁ ୧୭ କୋଟି ଟଙ୍କାରେ ୩୩ କେ ଭି ର ଗ୍ରିଡ ସବ୍ ଷ୍ଟେସନ ମଧ୍ୟ ନିର୍ମାଣ ହେବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    22.3 ° C
    22.3 °
    22.3 °
    96 %
    1.7kmh
    26 %
    Fri
    22 °
    Sat
    30 °
    Sun
    30 °
    Mon
    30 °
    Tue
    30 °

    ସମ୍ବନ୍ଧିତ