Saturday, July 27, 2024
24.6 C
Odisha

    ଦୁଇ ଜିଲ୍ଲାର ଏସପିଙ୍କୁ ବଦଳାଇଲେ ନିର୍ବାଚନ କମିଶନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ନିର୍ବାଚନ କମିଶନ ବ୍ରହ୍ମପୁର ଏସପି ଓ ଖୋର୍ଦ୍ଧା ଏସପିଙ୍କୁ ବଦଳି କରିଛନ୍ତି | ବ୍ରହ୍ମପୁରର ଏସପି ଭାବେ ଡ଼.ସାର୍ଥକ ଷଡଙ୍ଗୀଙ୍କୁ ଦାୟିତ୍ୱ ଦିଆଯାଇଥିବାବେଳେ ଖୋର୍ଦ୍ଧା ଏସପି ଭାବେ ଅବିନାଶ କୁମାରଙ୍କୁ ଦାୟିତ୍ୱ ଦିଆଯାଇଛି | ଉଲ୍ଲେଖ ଥାଉ କି କିଛିଦିନ ତଳେ ରାଜ୍ୟ ସରକାର ଆଇଏଏସ୍‌ସ୍ତରରେ ଛୋଟଧରଣର ଅଦଳବଦଳ କରିଥିଲେ । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି ହୋଇଥିଲା । ନିର୍ବାଚନ କମିସନ ରାଜ୍ୟର ୨ଜଣ ଆଇଏଏସ୍ ଓ ୬ଜଣ ଆଇପିଏସ ଅଫିସରଙ୍କୁ ନିର୍ବାଚନ କାର୍ଯ୍ୟରୁ ବାଦ୍ ଦେବା ପରେ ରାଜ୍ୟ ସରକାର କଟକ ଜିଲ୍ଲାପାଳ ଭିନିତ ଭରଦ୍ୱାଜଙ୍କୁ ପଂଚାୟତିରାଜ ବିଭାଗର ଅତିରିକ୍ତ ସଚିବ ତଥା ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରିଥିଲେ । ଜଗତସିଂହପୁର ଜିଲ୍ଲାପାଳ ପାରୁଲ ପଟ୍ଟୱାରୀଙ୍କୁ ରାଜ୍ୟ ସ୍କୁଲ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓସେପା) ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ବଦଳି ହୋଇଥିଲା । ଭିନିତଙ୍କ ସ୍ଥାନରେ ଆଇଏଏସ୍ ଅରିନ୍ଦମ ଡାକୁଆ ଓ ପାରୁଲଙ୍କ ସ୍ଥାନରେ ଅନୁପମ ଶାହଙ୍କୁ ଯଥାକ୍ରମେ କଟକ ଓ ଜଗତସିଂହପୁର ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଥିଲା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.6 ° C
    24.6 °
    24.6 °
    94 %
    4.3kmh
    100 %
    Sat
    25 °
    Sun
    29 °
    Mon
    30 °
    Tue
    30 °
    Wed
    28 °

    ସମ୍ବନ୍ଧିତ