Tuesday, September 29, 2026
30.1 C
Odisha

    ନିର୍ବାଚନୀ ହିଂସା: ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ଜିଲ୍ଲାପାଳ-ଏସପିଙ୍କୁ ନିର୍ଦ୍ଦେଶ ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଖଲ୍ଲିକୋଟରେ ନିର୍ବାଚନୀ ହିଂସାକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଉଦ୍‌ବେଗ ପ୍ରକାଶ କରିଛନ୍ତି । ଗଞ୍ଜାମରେ ପ୍ରାକ୍ ନିର୍ବାଚନୀ ହିଂସା ରୋକିବାକୁ ଗଞ୍ଜାମ ଜିଲ୍ଲାପାଳ ଏବଂ ଏସପିଙ୍କୁ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ ନିର୍ବାଚନୀ ହିଂସାକୁ ବରଦାସ୍ତ କରାଯିବନି ବୋଲି କହିଛନ୍ତି ସିଇଓ।କୌଣସି ପ୍ରକାର ଆଇନ ଶୃଙ୍ଖଳା ପରିସ୍ଥିତି ପାଇଁ ଭାରତ ନିର୍ବାଚନ ଆୟୋଗ ଓ ମୁଖ୍ୟ ଅଧିକାରୀ ଓଡ଼ିଶାଙ୍କର ଶୂନ୍ୟ ସହନଶୀଳା ନୀତି ଅତ୍ୟନ୍ତ ସ୍ପଷ୍ଟ ବୋଲି ସେ ସୂଚିତ କରିବା ଗଞ୍ଜାମ ଜିଲ୍ଲାରେ ପ୍ରାକ୍ ନିର୍ବାଚନୀ ହିଂସାକୁ ଆୟତ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

    ସୁଚନାଯୋଗ୍ୟ, ଖଲ୍ଲିକୋଟରେ ନିର୍ବାଚନୀ ହିଂସାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ପୋଷ୍ଟର ମାରିବାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି । ଫଳରେ ଉଭୟ ପକ୍ଷର ୭ ଜଣ ଆହତ ହୋଇଥିବା ବେଳେ ଜଣଙ୍କ ମୃତ୍ୟୁ ଘଟିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.1 ° C
    30.1 °
    30.1 °
    61 %
    3kmh
    10 %
    Tue
    30 °
    Wed
    30 °
    Thu
    30 °
    Fri
    31 °
    Sat
    31 °

    ସମ୍ବନ୍ଧିତ