Saturday, September 19, 2026
24.7 C
Odisha

    ବିଶିଷ୍ଟ ସାହିତ୍ୟିକ ସାତକଡ଼ି ହୋତା ଆଉ ନାହାନ୍ତି

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ବିଶିଷ୍ଟ ସାହିତ୍ୟିକ ସାତକଡ଼ି ହୋତା ଆଉ ନାହାନ୍ତି। ୯୫ ବର୍ଷ ବୟସରେ ସେ ଇହଲୀଳା ସମ୍ବରଣ କରିଛନ୍ତି। ସେ ଓଡ଼ିଶା ସାହିତ୍ୟ ଏକାଡେମିର ପୂର୍ବତନ ସଭାପତି ଥିଲେ। ଏହାଛଡ଼ା ଭାରତୀୟ ରେଳସେବାରୁ ସେ ଅବସର ନେବା ପରେ ଦୈନିକ ଖବରକାଗଜ ‘ସମୟ’ର ବି ସଂପାଦକ ଥିଲେ। ୧୯୨୯ ମସିହାରେ ମୟୂରଭଞ୍ଜ ଜିଲ୍ଲାର ଜଗନ୍ନାଥଖୁଣ୍ଟାରେ ସେ ଜନ୍ମଗ୍ରହଣ କରିଥିଲେ। ସାତକଡ଼ି ହୋତାଙ୍କ ବହୁ ଗଳ୍ପ, ଉପନ୍ୟାସ, କବିତା ପ୍ରକାଶିତ ହୋଇଛି। ସାତକଡ଼ିଙ୍କର ୨୭ଟି ଗଳ୍ପ, ୨୧ଟି ଉପନ୍ୟାସ ଓ ଗୋଟିଏ କବିତା ବହି ପ୍ରକାଶ ପାଇଥିଲା। ୧୯୬୭ରେ ତାଙ୍କର ପ୍ରଥମ ଉପନ୍ୟାସ ‘ବ୍ୟାକୁଳ ହୃଦୟ’ ପ୍ରକାଶିତ ହୋଇଥିଲା।୧୯୮୭ରେ ଉପନ୍ୟାସ ଅଶାନ୍ତ ଅରଣ୍ୟ ପାଇଁ ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ। ମୁକ୍ତିମନ୍ତ୍ରୀ ଓ ଜନନୀ ଜନ୍ମଭୂମୀ ଗଳ୍ପ ସଙ୍କଳନ ପାଇଁ ୨୦୦୪ରେ ସେ ସମ୍ମାନଜନକ ଶାରଳା ପୁରସ୍କାର ଲାଭ କରିଥିଲେ। ଏହା ବ୍ୟତୀତ ସାହିତ୍ୟ ଭାରତୀ ସମ୍ମାନ ପ୍ରାପ୍ତ କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.7 ° C
    24.7 °
    24.7 °
    88 %
    0.7kmh
    100 %
    Sat
    30 °
    Sun
    31 °
    Mon
    29 °
    Tue
    30 °
    Wed
    30 °

    ସମ୍ବନ୍ଧିତ