Wednesday, September 16, 2026
24.5 C
Odisha

    ୨୩ରେ ମହାପ୍ରଭୁଙ୍କ ରତ୍ନଭଣ୍ଡାରରୁ ସ୍ଥାନାନ୍ତର ହେବ ଖାଲି ଆଲମିରା ଓ ସିନ୍ଦୁକ, କ୍ରୟ କରିପାରିବେ ମହାପ୍ରସାଦ

    ଆଗକୁ ପଢନ୍ତୁ

    ପୁରୀ: ମହାପ୍ରଭୁଙ୍କ ରତ୍ନଭଣ୍ଡାରରୁ ଖାଲି ଆଲମିରା ଓ ସିନ୍ଦୁକ ଆସନ୍ତା ୨୩ ତାରିଖରେ ସ୍ଥାନାନ୍ତରଣ ହେବ। ଉଭୟ ବାହାର ଓ ଭିତର ରତ୍ନଭଣ୍ଡାରରୁ ଶ୍ରୀମନ୍ଦିର ନୀଳାଦ୍ରି ବିହାର ମ୍ୟୁଜିୟମ ନିକଟରେ ଥିବା କୋଠରୀକୁ ସ୍ଥାନାନ୍ତରଣ କରାଯିବ। ରାଜ୍ୟ ସରକାରଙ୍କ ଏସଓପି ଅନୁଯାୟୀ ଏହାକୁ ସ୍ଥାନାନ୍ତରଣ କରାଯିବ। ୨୩ ତାରିଖ ମଧ୍ୟାହ୍ନ ୧ଟାରୁ ଏହି ସ୍ଥାନାନ୍ତର କାର୍ଯ୍ୟ ଆରମ୍ଭ ହେବ। ଏହି ସମୟରେ ସର୍ବସାଧାରଣଙ୍କ ପାଇଁ ଦର୍ଶନ ବନ୍ଦ ରହିବ।ଶ୍ରୀଜୀଉଙ୍କ ନୀତିକାନ୍ତି ବା ସେବାପୂଜାରେ ବ୍ୟାଘାତ ନକରି ସ୍ଥାନାନ୍ତରଣ ପ୍ରକ୍ରିୟା ପାଇଁ ଆବଶ୍ୟକ ସମୟ ଦେବା ଲାଗି ବିଶେଷ ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି । ମହାପ୍ରସାଦ କ୍ରୟ କରିବାକୁ ଇଚ୍ଛୁକ ଭକ୍ତ ସିଂହଦ୍ଵାର ପଟେ ବାଇଶି ପାହାଚ ଦେଇ ଆନନ୍ଦ ବଜାରରୁ ମହାପ୍ରସାଦ କ୍ରୟ କରି ଉତ୍ତର ଦ୍ୱାର ପଟେ ଉକ୍ତ ସମୟରେ ପ୍ରସ୍ଥାନ କରିପାରିବେ । ଗତ ଜୁଲାଇ ୧୪ ଓ ୧୮ ତାରିଖ ଦିନ ଶ୍ରୀମନ୍ଦିର ବାହାର ଓ ଭିତର ରତ୍ନଭଣ୍ଡାରରୁ ଅସ୍ଥାୟୀ ରତ୍ନଭଣ୍ଡାରକୁ ରତ୍ନ ଅଳଙ୍କାର ସ୍ଥାନାନ୍ତରଣ ହୋଇସାରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    24.5 ° C
    24.5 °
    24.5 °
    86 %
    1kmh
    38 %
    Wed
    31 °
    Thu
    31 °
    Fri
    28 °
    Sat
    30 °
    Sun
    31 °

    ସମ୍ବନ୍ଧିତ