Sunday, May 31, 2026
27.5 C
Odisha

    ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଏୟାରଲିଫ୍ଟ: ସମ୍ବଲପୁରରୁ ଭୁବନେଶ୍ୱରରକୁ ହେବେ ସ୍ଥାନାନ୍ତରିତ

    ଆଗକୁ ପଢନ୍ତୁ

    ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କୁ କରାଗଲା ଏୟାରଲିଫ୍ଟ । ଦୁର୍ଘଟଣାର ଶିକାର ହୋଇ ଆହତ ହୋଇଥିବା ପ୍ରସନ୍ନ ଆଚାର୍ଯ୍ୟଙ୍କୁ ପ୍ରଥମେ ଆମ୍ବୁଲାନ୍ସ ଯୋଗେ ସମ୍ବଲପୁରରୁ ଜମାଦାରପାଲ୍ଲି ଏୟାରଷ୍ଟ୍ରିପକୁ ଅଣାଯାଉଛି । ଏହାପରେ ତାଙ୍କୁ ଭୁବନେଶ୍ୱର ଏୟାରଲିଫ୍ଟ କରାଯିବ । ଦୁର୍ଘଟଣାର ଶିକାର ହେବା ପରେ ଗୁରୁତର ହୋଇ ସମ୍ବଲପୁରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ ପ୍ରସନ୍ନ ଆଚାର୍ଯ୍ୟ । ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ଥିବା ପରିବାର ଲୋକଙ୍କ ପକ୍ଷରୁ ସୂଚନା ମିଳିଛି । ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱରରୁ ବରଗଡ ଯାଉଥିବାବେଳେ ଦୁର୍ଘଟଣାର ଶିକାର ହୋଇଥିଲେ ବିଜୁ ଜନତା ଦଳର ଏହି ହେଭିୱେଟ୍ ନେତା । ସେପଟେ ପ୍ରସନ୍ନ ଆଚାର୍ଯ୍ୟଙ୍କ ପିଏସ୍ଓ ଏବଂ ଡ୍ରାଇଭର ସାମାନ୍ୟ ଆହତ ହୋଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    27.5 ° C
    27.5 °
    27.5 °
    60 %
    2.7kmh
    49 %
    Sun
    26 °
    Mon
    38 °
    Tue
    40 °
    Wed
    41 °
    Thu
    42 °

    ସମ୍ବନ୍ଧିତ